Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଏସଆଇ ଗୋପାଳକୃଷ୍ଣ ଦାସ ଗିରଫ

by ସଞ୍ଜୟ ସ୍ୱାଇଁ
January 30, 2023
in Crime, State
ଏଏସଆଇ ଗୋପାଳକୃଷ୍ଣ ଦାସ ଗିରଫ
343
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲା । ଅଭିଯୁକ୍ତ ଏଏସଆଇ ଗୋପାଳକୃଷ୍ଣ ଦାସ ଗିରଫ । ଗିରଫ ନେଇ ସୂଚନା ଦେଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ଗୋପାଳକୃଷ୍ଣ ନବ ଦାସଙ୍କ ପିଏସଓ ନଥିବା ସ୍ପଷ୍ଟ କଲେ ବୋଥ୍ରା । ୭ ଦିନିଆ ରିମାଣ୍ଡ ପାଇଁ ଆବେଦନ କରିବ କ୍ରାଇମବ୍ରାଞ୍ଚ । ଏହା ପୂର୍ବରୁ ଗୋପାଳ କୃଷ୍ଣଙ୍କ ପତ୍ନୀ କହିଥିଲେ ଯେ ତାଙ୍କ ମାନସିକ ଅବସ୍ଥା ଠିକ୍ ନଥିଲା । ଅନେକ ସମୟରେ ସେ ଘରକୁ ଆସୁନଥିଲେ । ତେବେ କେଉଁ କାରଣ ପାଇଁ ସେ ନବ ଦାସଙ୍କୁ ଗୁଳି କରି ହତ୍ୟା କଲେ ସେନେଇ ଅଧିକ ଛାନ୍ ଭିନ୍ କରୁଛି କ୍ରାଇମବ୍ରାଞ୍ଚ । ଗତକାଲି ଏକ ସଭାରେ ଯୋଗ ଦେବାକୁ ଯିବା ସମୟରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିଲା । ମନ୍ତ୍ରୀ ଗାଡ଼ିରୁ ଓହ୍ଲାଇବା ବେଳେ ଟ୍ରାଫିକ କାର‌୍ୟ୍ୟରେ ନିୟୋଜିତ ଥିବା ଏଏସଆଇ ଗୋପାଳ କୃଷ୍ଣ ତାଙ୍କ ନିକଟକୁ ଚାଲି ଯାଇଥିଲେ । ସେ ତାଙ୍କ ସର୍ଭିସ ରିଭଲଭରରୁ ଅତି ନିକଟରୁ ନବ ଦାସଙ୍କୁ ଫାୟାରିଂ କରିଥିଲେ । ଗତକାଲି ଦିନ ୧୨ଟା ୧୫ରେ ନବକିଶୋରଙ୍କୁ ସର୍ଭିସ ପିସ୍ତଲରୁ ଅତି ନିକଟରୁ ଗୁଳିମାଡ଼ କରିଥିଲା । ଗୁଳି ନବକିଶୋର ଦାସଙ୍କ ଛାତିରେ ବାଜିବା ପରେ ସେ ପଡ଼ି ଯାଇଥିଲେ । ଗୁଳିମାଡ଼ ପରେ ପ୍ରବଳ ରକ୍ତସ୍ରାବ ହୋଇଥିଲା । ଗୋପାଳକୃଷ୍ଣକୁ କାବୁ କରିଥିଲେ ପୋଲିସ ଅଧିକାରୀ। ସେହି ସମୟରେ ଆଉ ୨ରାଉଣ୍ଡ ଗୁଳି ଚଳାଇଥିଲା ଗୋପାଳ। ଦ୍ବିତୀୟ ଥର ଗୁଳିମାଡ଼ ବେଳେ ଆଇଆଇସି ପ୍ରମୋଦ ସ୍ବାଇଁଙ୍କ ଆଙ୍ଗୁଳିରେ ଗୁଳି ବାଜିଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!