Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନନ୍ଦପୁର ବିଧାୟକଙ୍କ ନାଁରେ ଥାନାରେ ମାମଲା ରୁଜୁ

by ସଞ୍ଜୟ ସ୍ୱାଇଁ
February 6, 2023
in Crime, State
ଆନନ୍ଦପୁର ବିଧାୟକଙ୍କ ନାଁରେ ଥାନାରେ ମାମଲା ରୁଜୁ
159
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କ ନାଁରେ ମାମଲା ରୁଜୁ ହୋଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଆନନ୍ଦପୁର ଥାନାରେ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି। କେନ୍ଦୁଝର ଜିଲ୍ଲା ୩ ନମ୍ବର ଜୋନ୍ ଜିଲ୍ଲା ପରିଷଦ ସଦସ୍ୟ ଅସୀମା ମିଶ୍ରଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ବିଧାୟକ ଶ୍ରୀ ସେଠୀଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ୨୦୨୨ ଅଗଷ୍ଟ ୩୦ରେ ପଞ୍ଚାୟତ ସମିତି ବୈଠକରେ ଜିଲ୍ଲା ପରିଷଦ ସଦସ୍ୟ ଅସୀମା ମିଶ୍ରଙ୍କୁ ବିଧାୟକ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଅସୀମା ମିଶ୍ର ଏନେଇ ଆନନ୍ଦପୁର ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ। କିନ୍ତୁ ତାଙ୍କ ଏତଲାକୁ ଗ୍ରହଣ କରାଯାଇ ନଥିଲା। ଏ ସଂପର୍କରେ ଅସୀମା ମିଶ୍ର କେନ୍ଦୁଝର ଏସ୍‌ପିଙ୍କୁ ମଧ୍ୟ ଅବଗତ କରାଇଥିଲେ। କିନ୍ତୁ ତା’ ସତ୍ତ୍ୱେ ତାଙ୍କ ଏତଲାକୁ ଗ୍ରହଣ କରି ବିଧାୟକଙ୍କ ନାଁରେ ମାମଲା ରୁଜୁ କରାଯାଇ ନଥିଲା। ତେଣୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗତ ୪ ତାରିଖରେ ବିଧାୟକଙ୍କ ନାଁରେ ମାମଲା ରୁଜୁ ହୋଇଛି। ଅସୀମା ମିଶ୍ରଙ୍କ ଅଭିଯୋଗ ଅନୁଯାୟୀ, ୨୦୨୨ ଅଗଷ୍ଟ ୩୦ ତାରିଖରେ ଆନନ୍ଦପୁର ବ୍ଳକ୍ ଅଫିସ୍‌ରେ ବସିଥିବା ବୈଠକରେ ପୂର୍ବରୁ ହୋଇଥିବା ବିଭିନ୍ନ ଉନ୍ନୟନମୂଳକ କାର‌୍ୟ୍ୟର ରିପୋର୍ଟ ଉପସ୍ଥାପନ କରିବାକୁ ସେ କହିଥିଲେ। ସେତେବେଳେ ବୈଠକରେ ଉପସ୍ଥିତ ଥିବା ବିଧାୟକ ଭାଗିରଥି ସେଠୀ ତାଙ୍କ ପ୍ରତି ଅଶ୍ରାବ୍ୟ ଭାଷା ପ୍ରୟୋଗ କରି ଗାଳିଗୁଲଜ କରିଥିଲେ। ତୁ କିଏ? ଏଠି ପ୍ରଶ୍ନ ପଚାରିବାକୁ ତୋର କୌଣସି ଅଧିକାର ନାହିଁ ବୋଲି ବିଧାୟକ ତାଙ୍କୁ କହିବା ସହିତ ବୈଠକରୁ ବାହାରି ଯିବାକୁ କହିଥିଲେ। ଏମିତିକି ବିଧାୟକ ତାଙ୍କୁ ମାରି ଦେବାକୁ ଧମକ ଦେଇଥିଲେ ବୋଲି ଅସୀମା ମିଶ୍ର ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!