Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳନ୍ତା କାର୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
March 8, 2023
in Crime, State
ଚଳନ୍ତା କାର୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ
87
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜଧାନୀରେ ଚାଞ୍ଚଲ୍ୟ । ଚଳନ୍ତା କାର୍‌ରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ରେଷ୍ଟୁରାଣ୍ଟରେ କାମ ସାରି ଫେରୁଥିବା ବେଳେ ବଳ ପୂର୍ବକ ଦୁଷ୍କର୍ମର ଶିକାର ହୋଇଛନ୍ତି। ପ୍ରେସ୍ କଲୋନୀରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଯୁବତୀ ଜଣକ ହୋଟେଲ ମ୍ୟାନେଜମେଣ୍ଟର ଛାତ୍ରୀ । ଏହି ମାମଲାରେ ଅଭିଯୁକ୍ତ ସତ୍ୟ ନାରାୟଣ ସାହୁଙ୍କୁ ମୈତ୍ରୀ ବିହାର ଥାନା ପୋଲିସ ଗିରଫ କରିଛି । ଭୁବନେଶ୍ଵରରେ ଜଣେ ଯୁବତୀଙ୍କୁ କାର୍ ଭିତରେ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଯୁବତୀଙ୍କ ଘର ଭଦ୍ରକ ଜିଲ୍ଲାରେ ହୋଇଥିବା ବେଳେ ସେ ଗଜପତିନଗର ସ୍ଥିତ ଏକ ରେଷ୍ଟୁରାଣ୍ଟରେ କାମ କରନ୍ତି । ମଙ୍ଗଳବାର ରାତି ସମୟରେ କାମ ସାରି ଘରକୁ ଫେରିବା ପାଇଁ ସୈନିକ ସ୍କୁଲ ନିକଟରେ ଅପେକ୍ଷା କରିଥିଲେ । ଏହି ସମୟରେ ଧିରିକୁଟ ସାହିର ସତ୍ୟ ନାରାୟଣ ସାହୁ କାର୍‌ରେ ଛାଡି ଦେବାକୁ କହିଥିଲେ । ଯୁବତୀଙ୍କ ରୁମ୍ ମେଟ୍ ଆସି ନଥିବାରୁ ରାତିରେ ସେହି ସ୍ଥାନରେ ଅସାମାଜିକଙ୍କ ପ୍ରାଦୁର୍ଭାବ ବଢିବାରୁ ଯୁବତୀ ସତ୍ୟଙ୍କ ଗାଡ଼ିରେ ବସିଥିଲେ । କିଛି ବାଟ ଆସିବା ପରେ ସତ୍ୟ ପ୍ରେସ୍ କଲୋନୀର ନିଛାଟିଆ ସ୍ଥାନରେ ଗାଡ଼ି ରଖି ବଳପୂର୍ବକ ଦୁଷ୍କର୍ମ କରିଥିଲେ । ଯୁବତୀ ଜଣଙ୍କ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଆସି ତାଙ୍କୁ ଉଦ୍ଧାର କରିବା ସହ ଯୁବକଙ୍କୁ ନିର୍ଦ୍ଧୁମ ଛେଚି ମୈତ୍ରୀ ବିହାର ପୋଲିସକୁ ହସ୍ତାନ୍ତର କରିଥିଲେ । ଏନେଇ ଯୁବତୀ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଅନୁଯାୟୀ ପୋଲିସ ସତ୍ୟଙ୍କୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!