ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ ଛୁଇଁଥିବା ଜଣାଯାଇଛି । ଗତକାଲି ଏହି ସଂଖ୍ୟା ୨୧୯ ରହିଥିବା ବେଳେ ଆଜି ସକାଳୁ ୨୬ ଜଣ ଆକ୍ରାନ୍ତ ଓ ପରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏବେ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନାନୁସାରେ ଆଉ ୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହି ୨୫ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟ ୨୪ ଜଣ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି ।






