ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଙ୍ଗ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମିଳିଥିବା ସୂଚନାନୁସାରେ, ଗଞ୍ଜାମ ଜିଲ୍ଲାର ୨୯, ବାଲେଶ୍ୱର ୧୫, ଅନୁଗୁଳ ଜିଲ୍ଲାର ୧୩ ଏବଂ ମୟୁରଭଞ୍ଜ ଜିଲ୍ଲାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୫୨ରେ ପଂହଚିଛି । ସେହିଭଳି ଆଜି ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ ଘଟିଛି ।






