Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ରହିବ ନାହିଁ ଶିକ୍ଷକ ଅଭାବ : ସମୀର ରଞ୍ଜନ ଦାଶ

by ସଞ୍ଜୟ ସ୍ୱାଇଁ
March 22, 2023
in Education, Politics, State
ଆସନ୍ତା ୧୨ ତାରିଖରୁ +୨ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ
168
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ଶିକ୍ଷକ ଅଭାବ ରହିବ ନାହିଁ । ଏନେଇ ଗୃହରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି- ରାଜ୍ୟରେ ପ୍ରଥମ ପର‌୍ୟ୍ୟାୟରେ ୧୦୭୫, ଦ୍ଵିତୀୟ ପର‌୍ୟ୍ୟାୟରେ ୩୪୬୧ ଓ ତୃତୀୟ ପର‌୍ୟ୍ୟାୟରେ ୨୩୩୬ ଉଚ୍ଚ ବିଦ୍ୟାଳୟ ରୂପାନ୍ତର ହୋଇଛି । ତେବେ ଛାତ୍ରଛାତ୍ରୀ ବଢ଼ୁଥିବାରୁ ଶ୍ରେଣୀ ଗୃହ ବୃଦ୍ଧି କରାଯାଉଛି । ମୋ ସ୍କୁଲ ଜରିଆରେ ୯୬୩, ସ୍କୁଲ ରୂପାନ୍ତର ଜରିଆରେ ୨୮୧୦ ଓ ସମଗ୍ର ଶିକ୍ଷା ଅଭିଯାନରେ ୨୦୦ ଶ୍ରେଣୀ ଗୃହ ବଢ଼ାଯାଇଛି । ରାଜ୍ୟରେ ୫୦ ହଜାର ୨୬୩ ସ୍କୁଲ ଅଛି । ଏଥିରୁ ୮ ହଜାର ୨୪ ହାଇସ୍କୁଲ ଓ ୪୨ ହଜାର ୨୩୯ ପ୍ରାଥମିକ ସ୍କୁଲ ଅଛି । ୧୩୫୧ ରୂପାନ୍ତର ସ୍କୁଲର ୧୧୦୧ରେ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ ସରିଛି । ୨୫୦ ସ୍କୁଲରେ କାମ ଚାଲଛି । ୧୧ ହଜାର ଶିକ୍ଷକ ନିଯୁକ୍ତି ସରିଥିବାବେଳେ ୭ ହଜାର ଶିକ୍ଷକ ନିଯୁକ୍ତି ପାଇଁ ମାର୍ଚ୍ଚ ୧୦ରେ ପରୀକ୍ଷା ସରିଛି । ୬ ହଜାର ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ । ସେହିପରି ରାଜ୍ୟରେ ସମୁଦାୟ ୫୩ ହଜାର ଶିକ୍ଷକ ନିଯୁକ୍ତି ହେବେ । ୨୦୨୬ ଜଣଙ୍କ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି । ସେହିପରି ୨୦୬୪ କିରାଣୀ ନିଯୁକ୍ତି ପାଇଁ ବି ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି ମନ୍ତ୍ରୀ । ହାଇସ୍କୁଲରେ ଅତିରିକ୍ତ ଶ୍ରେଣୀ ଗୃହ କରିବାକୁ ପଞ୍ଚାୟତିରାଜ ବିଭାଗ ୨୮୦ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରିଛି । ମୋ ସ୍କୁଲ ଜରିଆରେ ୮୦୫.୧୪ କୋଟି ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ୫୭୮ କୋଟି ଟଙ୍କା ବଜେଟରେ ବ୍ୟୟ ବରାଦ ରଖିଥିବା ନେଇ କହିଛନ୍ତି ମନ୍ତ୍ରୀ । ସେପଟେ ରାଜ୍ୟରେ ୧୦୨୪ ଯୁକ୍ତ ତିନି ବା ଡିଗ୍ରୀ କଲେଜ ଅଛି । ୨୯୩ ବ୍ଲକରେ ଯୁକ୍ତ ତିନି କଲେଜ ଥିବାବେଳେ ଅବଶିଷ୍ଟ ୨୧ ବ୍ଲକରେ ଡିଗ୍ରୀ କଲେଜ ଖୋଲିବାକୁ ବିଚାର ଚାଲିଥିବା ନେଇ ଗୃହକୁ ଅବଗତ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!