ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ଆଜି ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାର ଜଣେ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ଆକ୍ରାନ୍ତ ରହିଥିବା ସୂଚନା ରହିଛି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ରେ ପଂହଚିଛି । ରାଜ୍ୟରେ ସବୁଠାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ହେଉଛି ଗଞ୍ଜାମ ।






