ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ଆଜି ସକାଳୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମଧ୍ୟାହ୍ନରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଜି ସଂନ୍ଧ୍ୟାରେ ପୁଣି ୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାର ୧୭, ବୈାଦ୍ଧ ଜିଲ୍ଲାର ଜଣେ ଏବଂ ସୁନ୍ଦରଗଡ଼ ଜିଲ୍ଲାର ୨ ଜଣ ଆକ୍ରାନ୍ତ ରହିଥିବା ସୂଚନା ରହିଛି । ଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧୪ ରେ ପଂହଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରେ ୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି ।






