ନୟାଗଡ (ବଘୁଆବାର୍ତା): ରାଜ୍ୟ ସରକାର ସରପଂଚ ମାନଙ୍କୁ ଜିଲ୍ଲାପାଳ ଙ୍କ କ୍ଷମତା ଦେଇଛନ୍ତି । ଏଣିକି ସରପଂଚ (ଜିଲ୍ଲାପାଳ) ମଂଧ୍ୟ କରୋନା ଯୋଧା । ଏନେଇ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏନେଇ ଆଜି ସଂନ୍ଧ୍ୟାରେ ଟୁଇଟ୍ କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ତୃଣମୂଳ ସ୍ତରରେ କରୋନା ମୁକାବିଲା ପାଇଁ ସରପଂଚ ମାନେ ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ଅନ୍ୟ କୋଭିଡ ସୁବିଧାଗୁଡିକର ସୁପରିଚାଳନାରେ ଉତ୍ସର୍ଗୀକୃତ ଭାବେ ମହତ୍ୱପୂର୍ଣ କାର୍ଯ୍ୟ କରୁଛନ୍ତି । ସେମାନେ ଆମ ଆଗ ଧାଡିର ଯୋଧା । ସେମାନଙ୍କ ପରିବାରର ହିତ ପାଇଁ ପୂର୍ବ ଘୋଷିତ ୫୦ ଲକ୍ଷ ସହାୟତା ରାଶିର ସେମାନଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି । ସେହିପରି ବେସରକାରୀ ତଥା ସରକାରୀ କ୍ଷେତ୍ରର ଯେକୌଣସି ବ୍ୟକ୍ତି ଟିଏମସି, ସଙ୍ଗରୋଧ କେନ୍ଦ୍ର ଓ ସ୍ୱତନ୍ତ୍ର କୋଭିଡ ହସ୍ପିଟାଲ ସମେତ କୋଭିଡ ସୁବିଧା ପରିଚାଳନାରେ ନିୟୋଜିତ ଅଛନ୍ତି, ସେମାନେ ମଂଧ୍ୟ ଆମ କରୋନା ଯୋଧା । ସେମାନଙ୍କ ପରିବାରକୁ ମଧ୍ୟ ଏହି ସହାୟତା ରାଶି ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।






