Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
February 4, 2025
in Crime, State
ନବମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
28
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ୯ମ ଶ୍ରେଣୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଗମ୍ଫାକୋଣ୍ଡା ସରକାରୀ ଅନୁସୂଚିତ ଜାତି ଜନଜାତି ହାଇସ୍କୁଲ ହଷ୍ଟେଲ ନିକଟ ଏକ ମହୁଲ ଗଛରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ରବିବାର ଦିନ ଗମ୍ଫାକୋଣ୍ଡା ସଦର ମହାକୁମାଠାରେ ଥିବା ସରକାରୀ ଅନୁସୂଚିତ ଜାତି ଜନଜାତି ଉଚ୍ଚ ବିଦ୍ୟାଳୟରେ ସରସ୍ୱତୀଙ୍କ ମୂର୍ତ୍ତି ବିସର୍ଜନ କରାଯାଇଥିଲା। ସୋମବାର ରାତି ୯ଟାରେ ରିଗାନ ମାଡକାମୀ ନାମକ ଜଣେ ୯ମ ଶ୍ରେଣୀ ଛାତ୍ର ମୋ ପାଇଁ ଭାତ ବାଢି ରଖ ମୁଁ ଆସୁଛି ବୋଲି ଅନ୍ୟ ଛାତ୍ରମାନଙ୍କୁ କହିଥିଲେ। ହେଲେ ରିଗାନ ଭାତ ଖାଇବାକୁ ଆସି ନଥିଲେ। ରାତିରେ ସେହି ବିଦ୍ୟାଳୟର କିଛି ଛାତ୍ର ପାଚେରୀ କଡ଼କୁ ଶୌଚ କରିବାକୁ ଯାଇଥିବା ବେଳେ ରିଗାନ ଏକ ମହୁଲ ଗଛରେ ଝୁଲୁଥିବା ଦେଖି ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଡାକିଥିଲେ। ଏ ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ କାଲିମେଳା ଥାନାରେ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛ। ରିଗାନଙ୍କ ପରିବାରଙ୍କୁ ଜଣାଇବା ପରେ ସେମାନେ ମଧ୍ୟ ରାତିରେ ସ୍କୁଲରେ ପହଁଚିଛନ୍ତି। ଆଜି କୋରାପୁଟରୁ ସାଇଣ୍ଟିଫିକ ଟିମ୍ ଆସିବା ପରେ ମୃତଦେହକୁ ବ୍ୟବଛେଦ ନିମନ୍ତେ ପଠାଯିବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି। ମୃତ ଛାତ୍ରଙ୍କ ଘର ମାଲକାନଗିରି ଜିଲ୍ଲା କୋରକୁଣ୍ଡା ବ୍ଲକ କାମ ବେଡା ଗ୍ରାମରେ ବୋଲି ଜଣାପଡିଛି। ତେବେ ପୁଅର ଆତ୍ମହତ୍ୟା ଘଟଣାକୁ ପରିବାର ଲୋକେ ସହଜରେ ଗ୍ରହଣ କରୁନଥିବାର ସୂଚନା ମିଳିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!