Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
October 27, 2024
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ
50
VIEWS
Share on FacebookShare on Twitter

ପାରାଦ୍ଵୀପ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ ନେଇ ଯୁବକକୁ ମରଣାନ୍ତକ ଆକ୍ରମଣ । ଡ୍ୟୁଟି ସାରି ବଜାରରେ ଠିଆ ହୋଇଥିବା ବେଳେ ଯୁବକଙ୍କୁ ଲୁହା ରଡ଼ରେ ଆକ୍ରମଣ କଲେ ଦୁଇ ଜଣ ଯୁବକ । ଗୁରୁତର ଯୁବକ ଜଣକ ରାକେଶ ପରିଡା ଏବଂ ଆକ୍ରମଣକାରୀ ଗଣେଶ ଦାସ, ମାନସ ଦାସ ବୋଲି ଜଣାପଡ଼ିଛି । ଜଗତସିଂହପୁର ଜିଲ୍ଲା ପାରାଦ୍ୱୀପ ଗଡ଼ ବଜାରରେ ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ଆକ୍ରମଣକାରୀଙ୍କ ସହ ରାକେଶ ପରିଡାଙ୍କର ପୂର୍ବରୁ କୌଣସି କାରଣରୁ ଶତ୍ରୁତା ଥିଲା । ଏହାର ପ୍ରତିଶୋଧ ନେବାକୁ ଯାଇ ଏଭଳି ମରଣାନ୍ତକ ଆକ୍ରମଣ କରିଥିଲେ ଦୁଇ ଜଣ ଯୁବକ । ରାକେଶ ଶନିବାର ରାତିରେ ଡ୍ୟୁଟି ସାରି ପାରାଦ୍ଵୀପ ଗଡ଼ ବଜାରରେ ଠିଆ ହୋଇଥିଲେ । ଏହି ସମୟରେ ଗଣେଶ ଦାସ ଓ ମାନସ ଦାସ ଏକ ବାଇକ୍‌ରେ ଆସି ଏକ ଲୁହା ରଡ଼ରେ ରାକେଶଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ । ଫଳରେ ରାକେଶଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା । ଆକ୍ରମଣ ସମୟରେ ସେହିଠାରେ ସେ ପଡ଼ିଯିବାରୁ ରାକେଶଙ୍କ ପଛ ମୁଣ୍ଡ ମଧ୍ୟ ମାଡ ହୋଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇ ଯୁବକଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ଏନେଇ ଯୁବକଙ୍କ ମା ଲକ୍ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ । ଏହା ସହ ଉଭୟ ଯୁବକ ତାଙ୍କ ବଡ଼ ପୁଅକୁ ମଧ୍ୟ ମାରିବାକୁ ଧମକ ଦେଇଥିବା ଏତଲାରେ ଦର୍ଶାଇ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି ରାକେଶଙ୍କ ମା । ଉକ୍ତ ଅଭିଯୋଗ ଆଧାରରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ଲକ୍‌ ଥାନା ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!