Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଭାଇଡର୍‌କୁ ପିଟି ଢାବାରେ ପଶିଗଲା ସ୍କୁଟି, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
March 1, 2025
in Accident, State
ଡିଭାଇଡର୍‌କୁ ପିଟି ଢାବାରେ ପଶିଗଲା ସ୍କୁଟି, ଜଣେ ମୃତ
63
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ପୁରୀ ବାଇପାସ୍ ରୋଡ୍ କେଶୁରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡର୍‌କୁ ପିଟି ଢାବା ଭିତରକୁ ପଶିଗଲା ସ୍କୁଟି । ଦୁର୍ଘଟଣାରେ ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଉଭୟଙ୍କ ପରିଚୟ ବର୍ତ୍ତମାନ ଅସ୍ପଷ୍ଟ ରହିଛି । ରାଜଧାନୀ ଭୁବନେଶ୍ୱରରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ଆଜି ଭୋର ସମୟରେ ଦୁଇ ଜଣ ଯୁବକ ଏକ ସ୍କୁଟିରେ ପୁରୀ ବାଇପାସ୍ ରୋଡ୍‌ରେ ଯାଉଥିଲେ । ସ୍କୁଟି ଚାଳକ ଦ୍ରୁତ ଗତିରେ ଗାଡ଼ି ଚଳାଉ ଥିବାରୁ ଘଟିଗଲା ଦୁର୍ଘଟଣା । ଗାଡ଼ିଟି ଦ୍ରୁତ ଗତିରେ ଆସି କେଶୁରା ଛକ ନିକଟରେ ଡିଭାଇଡର୍‌ରେ ପିଟି ହୋଇଥିଲା । ଫଳରେ ଚାଳକ ଜଣକ ରାସ୍ତା ପାର୍ଶ୍ୱରେ ଖସି ପଡ଼ିଥିଲେ ଏବଂ ସ୍କୁଟିଟି ରାସ୍ତା କଡରେ ଥିବା ଏକ ଢ଼ାବା ଭିତରକୁ ପଶିଯାଇଥିଲା । ଏହି ଦୁର୍ଘଟଣାରେ ଘଟଣା ସ୍ଥଳରେ ହିଁ ସ୍କୁଟି ଚାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଗୁରୁତର ଅବସ୍ଥାରେ ଅନ୍ୟ ଜଣେ ଯୁବକଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛି ପୋଲିସ । ଏଥି ସହିତ ଘଟଣା ସ୍ଥଳରେ ଉପସ୍ଥିତ ରହି ଘଟଣାର ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!