Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ପାଇଁ ପରିବାରକୁ ଛାଡିଲେ ମହିଳା

by ସଞ୍ଜୟ ସ୍ୱାଇଁ
May 13, 2025
in State
ପ୍ରେମ ପାଇଁ  ପରିବାରକୁ ଛାଡିଲେ ମହିଳା
37
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ପ୍ରେମ ପାଇଁ ସ୍ବାମୀ ଓ ପରିବାରକୁ ଛାଡିଲେ ମହିଳା । ପଞ୍ଚାୟତ ଆଗରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଲେ ମହିଳା । କେନ୍ଦୁଝର ଆନନ୍ଦପୁର ଥାନା ଅକରୁଆ ଗାଁର ଏହି ଘଟଣା । ୭ ବର୍ଷ ତଳେ ଗାଁରେ ବିବାହ କରିଥିଲେ ସମ୍ପୃକ୍ତ ମହିଳା । ତାଙ୍କର ପାଞ୍ଚ ବର୍ଷର ପୁଅଟିଏ ମଧ୍ୟ ରହିଛି । ବିଦ୍ୟାଧରପୁର ଗାଁର ମାନସ ଦେହୁରୀ ନାମକ ଜଣେ ଯୁବକ ସହିତ ମହିଳାଙ୍କ ପ୍ରେମ ସମ୍ପର୍କ ଗଢି ଉଠିଥିଲା । ଯୁବକ ଜଣକ ମଧ୍ୟ ମହିଳାଙ୍କ ଅନ୍ତରଙ୍ଗ ମୁହୁର୍ତ୍ତର ଭିଡିଓ କରି ଭାଇରାଲ କରିବା ଭୟ ଦେଖାଇ ଶାରିରୀକ ସମ୍ପର୍କ ରଖି ଆସୁଥିଲା । ଗତ ରବିବାର ମହିଳା ଜଣଙ୍କ ଘର ଭିତରେ ଯୁବକଙ୍କ ସହ ରହିଥିବା ବେଳେ ପରିବାର ଲୋକେ ବାହାରପଟୁ କବାଟ ବନ୍ଦକରି ଗାଁ ଲୋକଙ୍କୁ ଡାକିଥିଲେ । ଏନେଇ ରାତିସାରା ଗାଁରେ ପଞ୍ଚାୟତ ବସିଥିଲା । ଯୁବକଙ୍କ ପରିବାର ଲୋକେ ଅକରୁଆ ଗାଁରେ ଅଟକ ରଖାଯାଇଥିବା ନେଇ ପୋଲିସକୁ ଜଣାଇଥିଲେ। ତାଙ୍କ ପୁଅକୁ ଉଦ୍ଧାର କରିବା ପାଇଁ ଗୁହାରି କରିଥିଲେ। ଏନେଇ ପୋଲିସ ପହଞ୍ଚି ପଞ୍ଚାୟତ ଭିତରେ ବସିଥିବା ମହିଳା ଓ ଯୁବକକୁ ଉଦ୍ଧାର ପାଇଁ ଚେଷ୍ଟା କରିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ରାତି ପାହିବା ପରେ ପୁଲିସ ବାଧ୍ୟ ହୋଇ ଫେରିଯାଇଥିଲା । ଶେଷରେ ମହିଳା ଜଣକ ସ୍ୱାମୀ ସହିତ ନରହି ପ୍ରେମିକ ପାଖରେ ରହିବା ନେଇ ଚୁକ୍ତିନାମାରେ ସ୍ବାକ୍ଷର କରିଥିଲେ । ଏହାପରେ ଯୁବକ ଓ ମହିଳାଙ୍କୁ ଛାଡିଥିଲେ ଗ୍ରାମବାସୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!