Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
March 14, 2025
in Crime, State
ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
65
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ୟାପିଟାଲ ଥାନାର ସୂର୍ଯ୍ୟନଗରରେ ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଛି । କିଛି ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି । ରାଜେଶ ପାତ୍ର ନାମକ ଜଣେ ଯୁବକ ଆକ୍ରମଣର ଶିକାର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଏମ୍ସ ସ୍ଥାନାନ୍ତର କରାଯାଇଛି । କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ପୋଲିସ କହିବା ମୁତାବକ, ୨ ଗୋଷ୍ଠୀ ମଧ୍ୟରେ ପୂର୍ବରୁ ରାଜନୈତିକ ଶତ୍ରୁତା ଥିଲା । ରାଜେଶ କିଛି ଦିନ ତଳେ ଅପରଗୋଷ୍ଠୀର ଯୁବକମାନଙ୍କୁ ଧମକ ଦେଇଥିଲେ । ସେବେଠୁ ଅପରଗୋଷ୍ଠୀର ଯୁବକ ତାଙ୍କୁ ଆକ୍ରମଣ ପାଇଁ ସୁଯୋଗ ଖୋଜୁଥିଲେ । ସେ ଗୁରୁବାର କିଛି ସାଙ୍ଗଙ୍କ ସହ ରାତିରେ ଘରକୁ ଫେରୁଥିବା ବେଳେ ୩-୪ ଯୁବକ ତାଙ୍କୁ ଘେରି ଯାଇଥିଲେ । ଉଭୟ ଗୋଷ୍ଠୀ ଭିତରେ ଯୁକ୍ତିତର୍କ ହୋଇଥିଲା । ଅପରଗୋଷ୍ଠୀର ଜଣେ ଯୁବକ ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲା । ରାଜେଶଙ୍କର ପିଠିରେ ଚୋଟ ବାଜିଥିଲା । ସ୍ଥାନୀୟ ଲୋକମାନେ ଘଟଣାସ୍ଥଳକୁ ଆସିବାରୁ ଆକ୍ରମଣକାରୀମାନେ ଘଟଣାସ୍ଥଳକୁ ଛୁ ମାରିଥିଲେ । ଆକ୍ରମଣକାରୀ ଗୋଷ୍ଠୀ ସୂର୍ଯ୍ୟନଗର ବାସିନ୍ଦା ବୋଲି ପୋଲିସ ଜାଣିବାକୁ ପାଇଛି । ସେମାନଙ୍କୁ ଧରିବାକୁ ବିଭିନ୍ନ ଜାଗାରେ ଚଢ଼ାଉ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!