ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ ହୋଇଯାଇଛି । ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍.ଡି, ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ସୂଚନା ଓ ଲୋକ ସଂମ୍ପର୍କରେ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିବା ସହ ସ୍ମୃତି ଚାରଣ କରିଥିଲେ ।





