Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆବୁଧାବିକୁ ଉଡ଼ିବ ବିମାନ

by ସଞ୍ଜୟ ସ୍ୱାଇଁ
May 31, 2025
in State
ଆବୁଧାବିକୁ ଉଡ଼ିବ ବିମାନ
37
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆସନ୍ତା ଜୁନ୍ ୧୨ ତାରିଖରେ ଓଡ଼ିଶା ବିମାନ ଯାତ୍ରାରେ ଆଉ ଏକ ଅଧ୍ୟାୟ ଯୋଡ଼ି ହେଉଛି । ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିବ । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍ ଓ କୁଆଲାଲାମ୍ପୁର ପରେ ଅନ୍ୟ ଏକ ଦେଶ ସହ ବିମାନ ସେବା ଯୋଡ଼ି ହେବ । ରାଜ୍ୟରେ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଏହି ବିମାନଯାତ୍ରାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ନୂଆ ଡେଷ୍ଟିନେସନ୍ ପଲିସି (ଏନ୍ଡିପି) ୨୦୨୪ ଆଧାରରେ ରାଜ୍ୟର ପର୍ଯ୍ୟଟନ ଓ ବ୍ୟବସାୟ ଉନ୍ନତିକରଣକୁ ଗୁରୁତ୍ୱ ଦିଆଯାଉଛି । ଏହି ନୂଆ ଉଡ଼ାଣ ଦ୍ୱାରା ଅର୍ଥନୈତିକ ବିକାଶ ହେବା ସହ ସଂସ୍କୃତିର ଆଦାନପ୍ରଦାନ ବଢ଼ିବ । ବିକଶିତ ଓଡ଼ିଶା ଅଭିଯାନରେ ରାଜ୍ୟ ଆଉ ପାଦେ ଆଗେଇବ ବୋଲି ସରକାର ସୂଚାଇଛନ୍ତି । ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ସୂଚନା ମୁତାବକ, ଇଣ୍ଡିଗୋର ଏକ ବିମାନ ସପ୍ତାହକୁ ୩ ଦିନ (ମଙ୍ଗଳବାର, ଗୁରୁବାର ଓ ଶନିବାର) ଭୁବନେଶ୍ୱରରୁ ଆବୁଧାବିକୁ ଚଳାଚଳ କରିବ । ରାଜ୍ୟ ସରକାରଙ୍କ ସୂଚନା ମୁତାବକ, ଭୁବନେଶ୍ୱରରୁ ଦୈନିକ ହାରାହାରି ୪ଟି ବିମାନ ବିଦେଶକୁ ଚଳାଚଳ କରୁଛି । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ ଓ କୁଆଲାଲାମ୍ପୁରକୁ ବିମାନ ସେବା ଜାରି ରହିଛି । ୨୦୨୩-୨୪ ବର୍ଷରେ କୁଆଲାଲାମ୍ପୁରକୁ ବିମାନ ସେବା ବନ୍ଦ ଥିଲା । ସପ୍ତାହକୁ ୩ ଥର ଦୁବାଇ, ୨ଥର ସିଙ୍ଗାପୁର ଓ ବ୍ୟାଙ୍କକ୍କୁ ବିମାନ ଯାତାୟାତ କରୁଛି । ଗତ ଜାନୁଆରୀ ମାସରୁ ଏଯାବତ୍ ପ୍ରାୟ ୯ଟି ନୂଆ ସହରକୁ ବିମାନ ସେବା ଆରମ୍ଭ ହୋଇଛି । ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁର, କେରଳର କୋଚି ସମେତ ଲକ୍ଷେ୍ମø, ପାଟନା, ଡେରାଡୁନ୍, ଇନ୍ଦୋର, ଗୋଆ ସହ ବିମାନ ଚଳାଚଳ ହେଉଛି । ମାର୍ଚ୍ଚ ୩୦ ତାରିଖରୁ ଭୁବନେଶ୍ୱରରୁ ଉତ୍ତରପ୍ରଦେଶର ଗାଜିଆବାଦ୍ ଓ ଆଣ୍ଡମାନ ନିକୋବରର ରାଜଧାନୀ ପୋର୍ଟବ୍ଲେୟାରକୁ ସବୁଦିନ ଏୟାର ଇଣ୍ଡିଆ ଏକ୍ସପ୍ରେସର ବିମାନ ଚଳାଚଳ କରୁଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!