ଭଦ୍ରକ, (ବାଘୁଆବାର୍ତ୍ତା): ୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକ୍କୁ ପଛପଟୁ ଧକ୍କା ଦେଲା ବାଇକ୍। ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଭଦ୍ରକ ଜିଲ୍ଲା ୧୬ ନମ୍ଵର ଜାତୀୟ ରାଜପଥର ଭଣ୍ଡାରିପୋଖରୀ ଥାନା କହରାପୋଖରୀ ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ପଛପଟୁ ଏକ ବାଇକ୍ ଧକ୍କା ଦେଇଛି। ଫଳରେ ଏହି ଦୁର୍ଘଟଣାରେ ୩ ଜଣ ବାଇକ ଆରୋହୀ ଗୁରୁତର ହୋଇଥିଲେ। ଗୁରୁତରଙ୍କୁ ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ୨ ଜଣଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ତେବେ ମୃତକ ଓ ଗୁରୁତରଙ୍କ ପରିଚୟ ମିଳି ନଥିବା ବେଳେ ଭଣ୍ଡାରିପୋଖରୀ ଥାନା ଅଧିନସ୍ଥ ବୟଂବନାପୁର ଓ ଦକ୍ଷିଣବାଡ଼ ପଞ୍ଚାୟତର ବୋଲି ସୂଚନା ମିଳିଛି ।





