Saturday, October 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ବାଇକ ମୁହାଁମୁହିଁ ଧକ୍କା ଫଳରେ ଜଣେ ମୃତ ଓ ତିନି ଗୁରୁତର

by ସଞ୍ଜୟ ସ୍ୱାଇଁ
September 12, 2021
in Accident, State
ବାଇକ ସହ ଟ୍ରକ ଧକ୍କା, ଜଣେ ମୃତ ଦୁଇ ଗରୁତର
121
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ନୂଆଁଖାଇ ବାସୀରେ ଅଘଟଣ। ସଦର ବ୍ଲକ ଭଇଁସାତାଲ ପଂଚାୟତ ଭାଲୁକନା ଓ ଟଙ୍ଗୋପାଣି ଗାଁ ମଝି ଛକରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛନ୍ତି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଆଜି ପୂର୍ବାହ୍ନରେ ସଦର ବ୍ଲକ ମୁଢେଲା ଗାଁର ଉତ୍ତମ ମାଝି ଓ ମଦନ ମାଝୀ ଟଙ୍ଗୋପାଣି ଗାଁ ପଟେ କୌଣସି କାମରେ ଯାଉଥିଲେ । ଅନ୍ୟପଟେ ମହତମତରା ଗାଁର କୁରେନସିଂ ମାଝୀ(୩୫) ଓ ଚୁମାନ ଦୁର୍ଗା(୨୭) ଭାଲୁକନା ଗାଁ ପଟେ କୌଣସି କାମରେ ଆସୁଥିଲେ । ଏହି ସମୟରେ ସଦର ବ୍ଲକ ଭଇଁସାତାଲ ପଂଚାୟତ ଭାଲୁକନା ଓ ଟଙ୍ଗୋପାଣି ଗାଁ ମଝି ଛକରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ୪ ଜଣ ବାଇକ ଆରୋହି ଛିଟିକି ପଡ଼ିଥିଲେ । ଘଟଣାସ୍ଥଳରେ ଉତ୍ତମ ମାଝୀଙ୍କ ମୁଣ୍ଡରେ ଗଭୀର କ୍ଷତ ଲାଗିବାରୁ ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ମଦନ, କୁରେନସିଂ ଓ ଚମନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ମଦନ ମାଝୀଙ୍କ ମୁଣ୍ଡରେ ଗଭୀର କ୍ଷତ ଲାଗିଥିଲା । ମଧ୍ୟାହ୍ନରେ ମଦନଙ୍କ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରିଥିଲେ । ଏବେ କୁରେନ ସିଂ ଓ ଚମନଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ଜିଲ୍ଳା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ତେବେ ଏହି ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ପୁଲିସ ଜବତ କରି ତଦନ୍ତ ଆରମ୍ଭ କରିଥିବା ପୁଲିସ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!