Thursday, June 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ସଂପର୍କୀୟଙ୍କୁ ଷ୍ଟେସନ୍‌ରେ ଛାଡ଼ି ଫେରୁଥିବା ବେଳେ ବସ୍ ପିଟି ଦେବାରୁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 28, 2021
in Accident, State
ଜଣେ ସଂପର୍କୀୟଙ୍କୁ ଷ୍ଟେସନ୍‌ରେ ଛାଡ଼ି ଫେରୁଥିବା ବେଳେ ବସ୍ ପିଟି ଦେବାରୁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ
369
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): ଜଣେ ସଂପର୍କୀୟଙ୍କୁ ଷ୍ଟେସନ୍‌ରେ ଛାଡ଼ି ଫେରୁଥିବା ବେଳେ ବସ୍ ପିଟି ଦେବାରୁ ଦୁଇ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି। କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଚିଚରଲା ଗାଁ ନିକଟରେ ଘଟିଛି ଏହି ଦୁଃଖଦ ଦୁର୍ଘଟଣା। ମୃତକ ଦ୍ୱୟ ହେଲେ ଯଶୋବନ୍ତ ନିଆଲ ଓ ଚୈତନ୍ୟ ଶିଖା। ସେମାନଙ୍କ ଘର ବେଲାମାଲ ଗାଁରେ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାରେ ଗତକାଲି ବିଳମ୍ବିତ ରାତିରେ ସେମାନେ ଜଣେ ସଂପର୍କୀୟଙ୍କୁ କେସିଙ୍ଗା ଷ୍ଟେସନ୍ ଛାଡ଼ିବାକୁ ଯାଇଥିଲେ। ସେଠାରୁ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ଦିଲ୍‌ଖୁସ୍‌ ନାମକ ଏକ ଘରୋଇ ବସ୍ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ସେମାନଙ୍କ ମୃତ୍ୟୁ ଘଟିଥିଲା। ସ୍ଥାନୀୟ ଲୋକେ ଏ ନେଇ କେସିଙ୍ଗା ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍ ଶବ ଦୁଇଟିକୁ ଜବତ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍କୁ ଜବତ କରି ଡ୍ରାଇଭରକୁ ଅଟକ ରଖିଛି ଓ ଘଟଣାର ତଦନ୍ତ କରୁଛି।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!