Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣାଗାଡ଼ି ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 15, 2021
in Accident, State
ଅଜଣାଗାଡ଼ି ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ
97
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ବୌଦ୍ଧ ଜିଲ୍ଲା ଲୋଇଗାଁ ଛକ ନିକଟରେ ଅଜଣାଗାଡ଼ି ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ ମୁଷାଡ଼ ଗାଁର ଝାଣ୍ଟୁ ଚରଣ ବେହେରା ଓ ବ୍ରାହ୍ମଣୀ ଗାଁର ଝାଣ୍ଟୁ ଭୋକ୍ତା। ଉଭୟ ଦୁଇ ବନ୍ଧୁ ବୋଲି ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁଘର୍ଟଣା ଘଟିଥିଲା। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଦୁଇ ବନ୍ଧୁ ବାଇକ୍‌ ଯୋଗେ ବୌଦ୍ଧରୁ ନିଜ ଘରକୁ ଫେରୁ ଥିଲେ। ଏହି ସମୟରେ ବିପରୀତ ଦିଗ ଆଡୁ ଆସୁଥିବା ଏକ ଅଜଣାଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିଲା। ବୌଦ୍ଧ ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ଆମ୍ବୁଲାନ୍ସ ଯୋଗେ ପୁଲିସ ଉଭୟଙ୍କ ମୃତଦେହକୁ ଉଦ୍ଧାର କରି ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ଆଜି ଉଭୟଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ। ପୁଲିସ ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!