Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାହାଘରରୁ ଫେରୁଥିବା ବେଳେ ଟ୍ରକ ଧକ୍କା ଦେଲା: ସ୍ତ୍ରୀ ମୃତ, ସ୍ୱାମୀ ସହ ୬ ବର୍ଷର ଶିଶୁ ଆହତ

by ସଞ୍ଜୟ ସ୍ୱାଇଁ
May 1, 2021
in Accident, State
ବାହାଘରରୁ ଫେରୁଥିବା ବେଳେ ଟ୍ରକ ଧକ୍କା ଦେଲା: ସ୍ତ୍ରୀ ମୃତ, ସ୍ୱାମୀ ସହ ୬ ବର୍ଷର ଶିଶୁ ଆହତ
161
VIEWS
Share on FacebookShare on Twitter

ଅନୁଗୁଳ (ବାଘୁଆବାର୍ତ୍ତା): ବାହାଘରରୁ ବାଇକରେ ୬ ବର୍ଷର ଶିଶୁକୁ ଧରି ଫେରୁଥିଲେ ଦମ୍ପତି ଘରକୁ । ହେଲେ ବାଟରେ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀ ଓ ୬ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି । ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ଅନୁଗୁଳ ପାଲହଡାର ଖମାର ଠାରେ ଘଟିଛି । ବତିସୁଆଁ ଗ୍ରାମର ଜ୍ୟୋତ୍ସ୍ନାରାଣୀ ସାହୁ ୬ ବର୍ଷର ଶିଶୁକୁ ଧରି ସ୍ୱାମୀ ସହ ବାଇକରେ ତାଳଚେରରୁ ଏକ ବାହାଘରରେ ଯୋଗ ଦେଇ ଘରକୁ ଫେରୁଥିଲେ । ପାଲହଡା ନିକଟ ଖମାର ଠାରେ ବାଇକକୁ ପଛପଟୁ ଏକ ଟ୍ରକ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଜ୍ୟୋତ୍ସ୍ନାରାଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଓ ଶିଶୁ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ଆହତ ବାପା ଓ ଶିଶୁକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଡ୍ରାଇଭରକୁ ଖମାର ଥାନାରେ ଅଟକ ରଖିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!