Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଲ ହେବାକୁ ମେଡିକାଲ ଯାଇଥିଲେ, ଚାଲିଗଲା ମା’ର ଜୀବନ, ପୁଅ ଆହତ

by ସଞ୍ଜୟ ସ୍ୱାଇଁ
May 11, 2021
in Accident, State
ଭଲ ହେବାକୁ ମେଡିକାଲ ଯାଇଥିଲେ, ଚାଲିଗଲା ମା’ର ଜୀବନ, ପୁଅ ଆହତ
155
VIEWS
Share on FacebookShare on Twitter

ପାଟଣା (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା-କନ୍ଦେଇପଶି ରାସ୍ତାରୁ ତୁରୁମୁଙ୍ଗା ଥାନା କନ୍ଦେଇପଶି ପେଟ୍ରୋଲପମ୍ପ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମଙ୍ଗଳବାର ଅପରାହ୍ନରେ ବାଇକ ଦୁର୍ଘଟଣା ଘଟି ମାଆର ମୃତ୍ୟୁ ହୋଇଥିବା ବେଳେ ପୁଅ ଆହାତ ହୋଇଛି । ମୃତକ ପାଟଣା ଥାନା ଟାଙ୍ଗରପଡ଼ା ଗ୍ରାମର ବ୍ରଜବନ୍ଧୁ ସାହୁଙ୍କ ସ୍ତ୍ରୀ ବାସନ୍ତୀ ସାହୁ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ବାସନ୍ତୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ ନଥିବାରୁ ପୁଅ ସୁଦାମ ଚରଣ ସାହୁଙ୍କ ସହ କେନ୍ଦୁଝର ମେଡିକାଲକୁ ସ୍ୱାସ୍ଥ୍ୟ ପରୀକ୍ଷା କରିବାକୁ ଯାଇଥିଲେ । ସ୍ୱାସ୍ଥ୍ୟ ପରୀକ୍ଷା ସାରି ବାଇକରେ ଫେରୁଥିବା ବେଳେ ରାସ୍ତା ଉପରେ ବାଇକ ଆଗକୁ ଛେଳି ପଶିଆସବାରୁ ଦୁର୍ଘଟଣା ଘଟିଥିଲା । ଫଳରେ ବାଇକ ପଛରେ ବସିଥିବା ବାସନ୍ତୀ ଗାଡ଼ିରୁ ଛିଟିକି ପଡିବାରୁ ପିଚୁ ରୋଡ ଉପରେ ତାଙ୍କର ମୁଣ୍ଡ ବାଡେଇ ହୋଇ ଯାଇଥିଲା । ପ୍ରବଳ ରକ୍ତସ୍ରାବ ହେବା ହେତୁ ସେ ଗୁରୁତର ହୋଇ ପଡିଥିଲେ । ସେହି ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ ହେଁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ବାସନ୍ତୀଙ୍କ ମୃତ୍ୟୁକୁ ନେଇ ଟାଙ୍ଗରପଡା ଗ୍ରାମରେ ଶୋକର ଛାୟା ଖେଳିଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!