Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶଗଡ଼ ଗାଡ଼ିକୁ ଧକ୍କା ଦେଲା ମାଲବାହୀ ଟ୍ରକ୍

by ସଞ୍ଜୟ ସ୍ୱାଇଁ
May 12, 2022
in Accident, State
ଶଗଡ଼ ଗାଡ଼ିକୁ ଧକ୍କା ଦେଲା ମାଲବାହୀ ଟ୍ରକ୍
142
VIEWS
Share on FacebookShare on Twitter

ଦେବଗଡ଼, (ବାଘୁଆବାର୍ତ୍ତା): ଶଗଡ଼ ଗାଡ଼ିକୁ ଧକ୍କା ଦେଲା ମାଲବାହୀ ଟ୍ରକ୍। ଚକା ତଳେ ଚାପି ହୋଇଚାଲି ଦୁଇଟି ବଳଦଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଟି ବଳଦ ଗୁରୁତର ଆହତ ହୋଇଛନ୍ତି। ଏଥିସହିତ ଶଗଡ଼ ଗାଡି ନେଇ ଯାଉଥିବା ଦୁଇଟି ଦମ୍ପତି ଦୁର୍ଘଟଣାରେ ଆହତ ହୋଇଛନ୍ତି। ସମସ୍ତଙ୍କୁ ସ୍ଥାନୀୟଲୋକ ଉଦ୍ଧାର ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଜାଳେଣୀ କାଠ ସଂଗ୍ରହ କରିବାକୁ ଯାଉଥିବା ବେଳେ ଦେବଗଡ଼ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଅସନପାଳ ଗ୍ରାମ ନିକଟରେ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପାଉତ୍ତେଜନା ଦେଖିବାକୁ ମିଳିଛି। ସୂଚନା ମୁତାବିକ, ଗୁରୁବାର ଭୋର ସମୟରେ ଦେବଗଡ ଜିଲ୍ଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଅସନପାଳ ଗ୍ରାମ ରାଞ୍ଚି-ବିଜୟୱାଡା ରାସ୍ତାରେ ଦୁର୍ଘଟଣା ଘଟିଛି। ଦୁଇ ଦମ୍ପତି ଶଗଡ଼ା ଗାଡିରେ ଜଳେଣୀ କାଠ ସଂଗ୍ରହ କରିବାକୁ ଯାଉଥିବା ବେଳେ ଏକ ମାଲ ବୋଝେଇ ଟ୍ରକ ଧକ୍କା ଦେଇଥିଲା ଟ୍ରକ ଧକ୍କାରେ ଦୁଇ ବଳଦଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଟି ବଳଦ ଗୁରୁତର ଆହତ ହୋଇଛନ୍ତି। ୪ ଜଣ ଆହତ ହୋଇଛନ୍ତି। ଆହତ ହୋଇଥିବା ଦମ୍ପତି ନିକଟସ୍ଥ ରଞ୍ଜଣା ଗ୍ରାମର ନାରାୟଣ ଦେହୁରୀ ଓ ତାଙ୍କ ସ୍ତ୍ରୀ କୁଡାଣୀ ଦେହୁରୀ ଏବଂ ଖଗେଶ୍ବର ସାହୁ ଓ ତାଙ୍କ ସ୍ତ୍ରୀ ରୁନୁ ସାହୁ ବୋଲି ଜଣାପଡିଛି। ଆହତ ନାରାୟଣ ଓ ତାଙ୍କ ସ୍ତ୍ରୀ ଙ୍କୁ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେହିପରି ଖଗେଶ୍ବର ଓ ତାଙ୍କ ସ୍ତ୍ରୀ ଙ୍କୁ ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିବା ବେଳେ ଉତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି । ଫଳରେ ରାଞ୍ଚି- ବିଜୟୱାଡା ରାସ୍ତା ରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!