Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ, ୩ ଗୁରୁତର

by ସଞ୍ଜୟ ସ୍ୱାଇଁ
May 12, 2022
in Accident, State
ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା, ୨ ମୃତ, ୩ ଗୁରୁତର
250
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ବଡଗଡ଼ ଥାନା ଅନ୍ତର୍ଗତ ଉସ୍ତା ଗାଁରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ମାନେ ହେଲେ ଓମ୍‌ ଓ ନାରାୟଣ ଭୂୟାଁ। ଓମ୍‌ଙ୍କ ଘର ଶେରଗଡ଼ ଥାନା ବାକିଲିକଣା ଗାଁରେ ହୋଇଥିବା ବେଳେ ନାରାୟଣଙ୍କ ଘର ସୁନ୍ଦରଗଡ଼ ଗାଁରେ। ସୂଚନା ଅନୁଯାୟୀ, ଓମ୍ ଓ ନାରାୟଣ ବାଇକ ଯୋଗେ ବଡ଼ଗଡ଼ରୁ ଶେରଗଡ଼ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ସେମାନଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଓମ୍ ଓ ନାରାୟଣଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷରେ ଅନ୍ୟ ବାଇକ୍‌ରେ ଥିବା ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବଡ଼ଗଡ଼ ପୁଲିସ୍ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ବଡ଼ଗଡ଼ ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ବଡ଼ଗଡ଼ ପୁଲିସ୍ ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆସିକା ପଠାଇଛନ୍ତି। ତା’ସହିତ ଘଟଣାର ତଦନ୍ତ କରୁଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!