Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲା ଗାଇକୁ ବଞ୍ଚାଇବାକୁ ଯାଇ ସିରିଜ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
May 21, 2022
in Accident, State
ବୁଲା ଗାଇକୁ ବଞ୍ଚାଇବାକୁ ଯାଇ ସିରିଜ ଦୁର୍ଘଟଣା
50
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଏକ ବୁଲା ଗାଇକୁ ବଞ୍ଚାଇବାକୁ ଯାଇ ହେଲା ସିରିଜ ଦୁର୍ଘଟଣା । ଭାରସାମ୍ୟ ହରାଇ ପରସ୍ପର ସହ ପିଟି ହେଲେ ଏକ ଟ୍ରକ, ମିନିଟ୍ରକ, ବାଇକ୍‌ ଓ କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଆଜି ମଧ୍ୟାହ୍ନ ସମୟରେ ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ରାସ୍ତାରେ ଥିବା ଆରଟିଓ ଛକ ନିକଟରେ ଘଟିଛି। ସୂଚନା ମୁତାବକ, ଆରଟିଓ ଛକ ନିକଟରେ ଏକ ମିନି ଟ୍ରକ୍‌ ଦ୍ରୁତ ଗତିରେ ଯାଉଥିବା ବେଳେ ହଠାତ୍‌ ଏକ ବୁଲା ଗାଇ ରାସ୍ତା ଉପରକୁ ପଳାଇ ଆସିଲା। ଏହି ସମୟରେ ଗାଇଟିକୁ ବଞ୍ଚାଇବାକୁ ଯାଇ ମିନି ଟ୍ରକ୍‌ଟି ଏକ ବାଇକ୍‌ ସହ ପିଟି ହୋଇଥିଲା। ଏହାପରେ ସାମନା ପଟୁ ଏକ ଟ୍ରକ୍‌ ଆସୁଥିବା ବେଳେ ତାହା ମିନି ଟ୍ରକ୍‌କୁ ପିଟିଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବାଇକ୍‌ଟି ରାସ୍ତା ଉପରେ ଯାଉଥିବା ଏକ କାର୍‌ ପଛପଟେ ପଶି ଯାଇଥିଲା। ଉକ୍ତ ସମୟରେ ବାଇକ୍‌ରେ ୩ ଜଣ ଥିବା ବେଳେ ସେମାନଙ୍କ ମଧ୍ୟରୁ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିଲା। ଆଉ ୨ ବାଇକ୍‌ ଆରୋହୀ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ମୃତକମାନଙ୍କୁ ଚିହ୍ନଟ କରାଯାଇ ନ ଥିବା ବେଳେ ସେମାନେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାଯାଇଛି। ଦୁର୍ଘଟଣା ଏତେ ତୀବ୍ର ଥିଲା ଯେ, ମିନି ଟ୍ରକ୍‌କୁ ପିଟିବା ପରେ ଟ୍ରକ୍‌ଟି ରାସ୍ତା ପାର୍ଶ୍ୱରେ ଥିବା ଏକ ନିମ୍ବ ଗଛରେ ପିଟି ହୋଇ ଯାଇଥିଲା। ଫଳରେ ଗଛଟି ଭାଙ୍ଗି ଯାଇଛି । ଏହି ଦୁର୍ଘଟଣା ପରେ ରାସ୍ତାରେ ଗାଡ଼ି ଜାମ୍‌ ହୋଇ ଯାଇଥିବା ବେଳେ ଉତ୍ତେଜନା ଦେଖାଦେଇଛି। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ କରୁଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!