Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଳ କରିବାକୁ ଯାଇ ଆଉ ଫେରିଲେନି ଯୁବକ

by ସଞ୍ଜୟ ସ୍ୱାଇଁ
July 24, 2021
in Accident, State
ହଳ କରିବାକୁ ଯାଇ ଆଉ ଫେରିଲେନି ଯୁବକ
72
VIEWS
Share on FacebookShare on Twitter

ତେଲକୋଇ, (ବାଘୁଆବାର୍ତ୍ତା): ଲଗାଣ ବର୍ଷା ଯୋଗୁଁ ନାଳରେ ଭାସିଗଲେ ଯୁବକ। ମୃତକ ଜଣଙ୍କ ହେଲେ କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅନ୍ତର୍ଗତ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ। ଗତକାଲି ସକାଳେ ଗୁରଦେବ ଜମିକୁ ହଳ କରିବାକୁ ଯାଇ ଆଉ ଫେରି ନଥିଲେ। ଆଜି ସକାଳେ ମହାଦେଇ ଡ୍ୟାମରେ ତାଙ୍କ ଶବ ଭାସୁଥିବା ଦେଖିବାକୁ ମିଳିଛି। ତେଲକୋଇ ଥାନା ଅନ୍ତର୍ଗତ ଓରିଆ ପଞ୍ଚାୟତ ପୁରୁଣାପାଣି ପାଣି ଗାଁର ଗୁରଦେବ ନାୟକ ତାଙ୍କ ବାପା ଓ ଭାଇଙ୍କ ସହ ଗତକାଲି ସକାଳେ ଜମିକୁ ହଳ କରିବାକୁ ନାଳ ସେପଟକୁ ଯାଇଥିଲେ। ବାପା ଓ ସାନଭାଇଙ୍କ ପାଇଁ ସକାଳ ଖାଇବା ନିମନ୍ତେ ଭାତ ଆଣିବାକୁ ଘରକୁ ନାଳ ପାର ହୋଇ ଆସୁଥିଲେ । ଲଗାଣ ବର୍ଷା ଯୋଗୁଁ ନାଳରେ ହଠାତ୍ ଅଧିକ ପାଣି ଆସିଯିବାରୁ ତାଙ୍କୁ ପାଣି ସୁଅ ଭସାଇ ନେଇଥିଲା। ଗୁରୁଦେବଙ୍କୁ ନପାଇ ତାଙ୍କ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ ସୁଦ୍ଧା କୌଣସି ଖୋଜ ଖବର ମିଳି ନଥିଲା। ଆଜି ସକାଳୁ ଗାଁ ନିକଟ ଜାମ୍ବୁଧର ନାଳ ସଂଯୋଗ କରୁଥିବା ମହାଦେଇ ଡ୍ୟାମରେ ଗୁରୁଦେବଙ୍କ ଶବ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁଦେବଙ୍କ ମୃତଦେହ ଉଦ୍ଧାର କରିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ତେଲକୋଇ ମେଡିକାଲକୁ ପଠାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!