Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଛ ବୋଝେଇ ପିକ୍ଅପ୍ ଭ୍ୟାନ୍ ଓଲଟି ୩ ମତ୍ସ୍ୟଜୀବୀ ଗୁରୁତର

by ସଞ୍ଜୟ ସ୍ୱାଇଁ
July 2, 2022
in Crime, State
ମାଛ ବୋଝେଇ ପିକ୍ଅପ୍ ଭ୍ୟାନ୍ ଓଲଟି ୩ ମତ୍ସ୍ୟଜୀବୀ ଗୁରୁତର
84
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଓଲଟିଲା ମାଛ ବୋଝେଇ ପିକ୍‌ଅପ୍ ଭ୍ୟାନ୍ । ଦୁର୍ଘଟଣା ଫଳରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଟାଙ୍ଗୀ ଥାନା ଜାତୀୟ ରାଜପଥର କୋଚିଲା-କୟଥପଲ୍ଲା ଛକ ନିକଟରେ ଘଟିଛି ଏଭଳି ଦୁର୍ଘଟଣା । ସୂଚନାଯୋଗ୍ୟ ଯେ, କିଛି ମତ୍ସ୍ୟଜୀବୀ ବାଲୁଗାଁ ଜେଟିରୁ ମାଛ କ୍ରୟ କରି ଗାଁ-ଗହଳିରେ ବିକ୍ରି କରିବା ପାଇଁ ଏକ ଟାଟା ଏସିଇ ଗାଡିରେ ରଣପୁର-ଗୋପାଳପୁର ଗ୍ରାମକୁ ଯାଉଥିଲେ । ଏହି ସମୟରେ ହଠାତ ମାଛ ବୋଝେଇ ଟାଟା ଏସିଇଟି ଗାଡିଟି ଓଲଟି ପଡିଥିଲା । ଯେଉଁଥିରେ ୪ ଜଣ ମତ୍ସ୍ୟଜୀବୀ ଥିଲେ । ଏମାନଙ୍କ ମଧ୍ୟରୁ ୩ ଜଣ ମତ୍ସ୍ୟଜୀବୀ ଗୁରୁତର ଆହତ ହୋଇଛନ୍ତି । ଆହତମାନଙ୍କୁ କୁହୁଡ଼ି ଫାଣ୍ଡି ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ଟାଙ୍ଗୀ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଆହତ ମତ୍ସ୍ୟଜୀବୀମାନେ ହେଲେ ରଣପୁର ଥାନା ଅଧିନସ୍ଥ ରାଜବଲ୍ଲଭପୁର ଗ୍ରାମର ବୁଲୁ ବେହେରା, ହଁସରା ଗ୍ରାମର ପଦୁ ବେହେରା, ଲାଖପଡା-ବଳଭଦ୍ରପୁର ଗ୍ରାମର ବ୍ରଜ ନାୟକ । ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଛି ବୋଲି ଟାଙ୍ଗୀ ମେଡିକାଲ ସୂତ୍ରରୁ ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!