Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣା – ପୁଅ ମୃତ, ମାଆ, ମାଉସୀ, ଭାଣେଜୀ ଗୁରୁତର

by ସଞ୍ଜୟ ସ୍ୱାଇଁ
July 21, 2020
in Accident, Crime
ଦୁର୍ଘଟଣା – ପୁଅ ମୃତ, ମାଆ, ମାଉସୀ, ଭାଣେଜୀ ଗୁରୁତର
84
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ତାକୁଡ଼ା ନିକଟରେ ଆଜି ଏକ ମର୍ମ୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ତିନି ଆହାତ ହୋଇଛନ୍ତି । ସୂଚନାନୁସାରେ, ଗୁର୍‌ହା ଗ୍ରାମର ଚିତ୍ରସେନ ବେହେରା (୨୨) ଆଜି ନିଜ ବାଇକ ଯୋଗେ ମା ଚଞ୍ଚଳା ବେହେରା, ମାଉସୀ କୁନ୍ତଳା ନାୟକ ଏବଂ ଭାଣେଜୀ ଜାନକୀ ବେହେରାଙ୍କୁ ସାଙ୍ଗରେ ଧରି ବାଣିଗୋଚ୍ଛା ଅଭିମୂଖେ ଯାଉଥିଲେ । ତାକୁଡ଼ା ନିକଟରେ ବିପରିତ ଦିଗରୁ ଆସୁଥିବା ଗୋଟିଏ ତେଲ ଟ୍ୟାଙ୍କର ସହ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଚିତ୍ରସେନଙ୍କ ମୃତ୍ୟୁ ଘଟିଥିବା ବେଳେ ମାଆ, ମାଉସୀ ଏବଂ ଭାଣେଜୀଙ୍କୁ ଗୁରୁତର ଅବସ୍ଥାରେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଂଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଦୁର୍ଘଟଣା ଘଟାଇଥିବା ତେଲ ଟ୍ୟାଙ୍କର ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!