Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁଡ଼ାଧର ଘାଟିରେ ଓଲଟିଲା କ୍ରେନ୍, ଡ୍ରାଇଭର ମୃତ

by ସଞ୍ଜୟ ସ୍ୱାଇଁ
January 19, 2025
in Accident, State
କୁକୁଡ଼ାଧର ଘାଟିରେ ଓଲଟିଲା କ୍ରେନ୍,  ଡ୍ରାଇଭର ମୃତ
20
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): କୁକୁଡ଼ାଧର ଘାଟିରେ ଓଲଟିଲା କ୍ରେନ୍ । ଦୁର୍ଘଟଣାରେ ଡ୍ରାଇଭର ପ୍ରାଣ ହରାଇଥିବା ବେଳେ ହେଲପର୍ ଗୁରୁତର ହୋଇଛନ୍ତି । ମୃତକ ମିଥୁନ ବେହେରା ଏବଂ ସେ ଅନୁଗୁଳ ଜିଲ୍ଲାର ବଡ଼କେର ଅଞ୍ଚଳର ଦଲାର ସାହିର ବାସିନ୍ଦା ହୋଇଥିବା ବେଳେ ଗୁରୁତର ଟୁଟୁ ସାହୁ ଆଠମଲ୍ଲିକ କୃତାଥପୁର ଗ୍ରାମର ବାସିନ୍ଦା ବୋଲି ଜଣାପଡ଼ିଛି । ଆଠମଲ୍ଲିକ ଅନୁଗୁଳ ରସ୍ତାର ବରଘାଟି ନିକଟରେ ଥିବା କୁକୁଡ଼ାଧର ଘାଟିରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । ସୂଚନା ମୁତାବକ, ମିଥୁନ ବେହେରା ଏବଂ ଟୁଟୁ ସାହୁ ଏକ କ୍ରେନ୍‌ରେ ବସି ବରଘାଟି ନିକଟରେ ଥିବା କୁକୁଡ଼ାଧର ଘାଟି ଦେଇ ଯାଉଥିବା ବେଳେ ଗାଡ଼ିଟି ଓଲଟି ପଡ଼ିଥିଲା । ଫଳରେ ଗାଡ଼ିର ଡ୍ରାଇଭର ମିଥୁନ ବେହେରା ଜୀବନ ହରାଇଥିଲେ ଏବଂ ହେଲପର୍ ଟୁଟୁ ସାହୁ ଗୁରୁତର ହୋଇଥିଲେ । ଏହା ଦେଖି ଆଠମଲ୍ଲିକ ଅଞ୍ଚଳର କିଛି ଡ୍ରାଇଭର ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ଆଣି ଆଠମଲ୍ଲିକ ମେଡିକାଲରେ ଭର୍ତ୍ତି କରିଥିଲେ । ଏହା ସହ ଉଭୟଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପରିବାର ଲୋକେ ପହଞ୍ଚିଥିଲେ । ସେଠାରେ ପହଞ୍ଚି ଏହି ଘଟଣା ସମ୍ପର୍କରେ ଅଭିଯୋଗ କରିବେ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!