Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜି ଅନୁଷ୍ଠିତ ହେବ ତିନି ଠାକୁରଙ୍କ ଅଧରପଣା ନୀତି

by ସଞ୍ଜୟ ସ୍ୱାଇଁ
July 22, 2021
in State, Toursimi
ଆଜି ଅନୁଷ୍ଠିତ ହେବ ତିନି ଠାକୁରଙ୍କ ଅଧରପଣା ନୀତି
34
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ସୁନାବେଶ ପରେ ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସିରିଛି ସମସ୍ତ ପ୍ରସ୍ତୁତି। ଗୁରୁବାର ତ୍ରୟୋଦଶୀ ତିଥିରେ ରଥାରୁଢ ଦିଅଁଙ୍କୁ ଅଧରପଣା ଭୋଗ ଲଗାଯିବ । ଅଧର ଉଚ୍ଚା ୯ଟି ତୁମ୍ୱାକୃତି ମାଟି ପାତ୍ରରେ ପଣା ପ୍ରସ୍ତୁତ ହେବ। ଭୋଗ ସରିଲା ପରେ ରଥ ଉପରେ ହାଣ୍ଡି ଭଙ୍ଗା ଯିବ। କିମ୍ବଦନ୍ତୀ ଅନୁସାରେ ଉକ୍ତ ଭୋଗ ପଣା ପାଶ୍ୱର୍ଦେବାଦେବୀ, ଅଶରୀର, ଚଣ୍ଡୀ ଓ ଚାମଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଏ। ଠାକୁରଙ୍କ ମଧ୍ୟାହ୍ନଧୂପ ବଢିବା ପରେ ଅଧରପଣା ପ୍ରସ୍ତୁତି ଆରମ୍ଭ ହେବ। ପ୍ରତି ରଥରେ ଦାରୁ ବିଗ୍ରହଙ୍କ ଉଦ୍ଦେଶ୍ୟରେ ୩ଟି ଲେଖାଏଁ ହାଣ୍ଡିରେ ପଣା ଭୋଗ ହେବ। ଅଧର ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥାଏ। ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ପଣା ସାମଗ୍ରୀ ପହଞ୍ଚାଯାଏ। ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିବେ। ସନ୍ଧ୍ୟା ୮ଟାରେ ଅଧର ପଣା ଭୋଗ ଲଗାଯିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଧାର୍ୟ୍ୟ ହୋଇଛି।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!