Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୯ରୁ ପୁଣି ଅସମ୍ଭାଳ ତାତି

by ସଞ୍ଜୟ ସ୍ୱାଇଁ
May 7, 2025
in State
୩ ଦିନ ସ୍କୁଲ ଛୁଟି ଘୋଷଣା, ଝାରସୁଗୁଡାରେ ପାରଦ ଛୁଇଁଲା ୪୬ ଡିଗ୍ରୀ,
5
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୯ ତାରିଖରୁ ରାଜ୍ୟରେ ପୁଣି ଅସମ୍ଭାଳ ତାତି ବଢ଼ିବ । ପରବର୍ତ୍ତୀ ଦୁଇ ଦିନରେ ପୂର୍ବ ଭାରତରେ ତାତି ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି । ୮ରୁ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବ । ୯ରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ହୋଇପାରେ । ୯ରୁ ୧୨ ତାରିଖ ଯାଏ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନୀ ଡ. ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ କହୁଛି, ୮ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ପ୍ରବଳ ଗରମ ଓ ଗୁଳୁଗୁଳି ହେବ । ୯ ଓ ୧୦ ତାରିଖରେ ବି ଏହି ସବୁ ଜିଲ୍ଲାରେ ଗୁଳୁଗୁଳି ଜାରି ରହିବ । ୯ ତାରିଖରେ ସମ୍ବଲପୁର ଓ ଝାରସୁଗୁଡ଼ାରେ ଗ୍ରୀଷ୍ମପ୍ରବାହ ହେବ । ୧୧ ଓ ୧୨ ତାରିଖରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଏଥର ମୌସୁମୀ ଆଗୁଆ ଆସିବ ବୋଲି ପାଣିପାଗ ବିଜ୍ଞାନୀ ଡ. ଦାସ ଆକଳନ କରିଛନ୍ତି । ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ଛୁଇଁବ । ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ନିକୋବର ଦ୍ୱୀପପୁଞ୍ଜ ଅଞ୍ଚଳକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି । ସାଧାରଣତଃ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୧୮ରୁ ୧୯ ଭିତରେ ଆଣ୍ଡାମାନ ସାଗର ଛୁଇଁଥାଏ । ଜୁନ୍ ୧ ତାରିଖ ବେଳକୁ କେରଳ ପାଖରେ ଦେଶର ମୁଖ୍ୟ ଭୂଖଣ୍ଡକୁ ସ୍ପର୍ଶ କରେ । କେରଳ ଛୁଇଁବାର ୧୦ରୁ ୧୨ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶାକୁ ଅଗ୍ରସର ହୋଇଥାଏ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!