Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ

by ସଞ୍ଜୟ ସ୍ୱାଇଁ
May 23, 2025
in State
ପୁଣି ଭିଜିବ ନୟାଗଡ, ୨୭ ରେ ଆସୁଛି ଲଘୁଚାପ
151
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ୨୭ରେ ଆସୁଛି ଲଘୁଚାପ। ୨୭ ଓ ୨୮ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ସାତ ଦିନ ରାଜ୍ୟରେ ଜାରି ରହିବ ବର୍ଷା । ଶୀଘ୍ର ମୌସୁମୀ ଆସିବାକୁ ଅନୁକୂଳ ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏହି ଲଘୁଚାପ ହେବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଲଘୁଚାପ ସୃଷ୍ଟି ହେବା ପରେ ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଫଳରେ ଆଗାମୀ ୭ ଦିନ ରାଜ୍ୟରେ ବର୍ଷା ଜାରି ରହିବ। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ସହ ଝଡି ପବନ ବହିବା ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟାରେ ଝାରସୁଗୁଡା, ବରଗଡ଼, ସମ୍ବଲପୁର ଓ ଦେଓଗଡକୁ ବାଦ ଦେଲେ ଅନ୍ୟ ୨୬ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ପବନ ବହିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ୨୪ ଘଣ୍ଟା ଯାଏ ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ଉଷ୍ମ ଓ ଆର୍ଦ୍ର ସ୍ଥିତି ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଗଂଜାମ, ଗଜପତି, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026
ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

ମହାତ୍ମାଗାନ୍ଧୀ ନରେଗା ମଣ୍ଡଳସ୍ତରୀୟ ଜନଶୁଣାଣୀ ଶିବିର

April 18, 2026
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!