Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି

by ସଞ୍ଜୟ ସ୍ୱାଇଁ
June 7, 2021
in Feature News
ଉଦ୍ୟାନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି
139
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ରାଜ୍ୟ ସରକାର କୃଷକମାନଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ଲକ୍ଷ୍ୟ ରହିଥିବାବେଳେ ରାଜ୍ୟର ଉଦ୍ୟନ କୃଷି ଦ୍ୱାରା କୃଷକମାନଙ୍କର ଆୟବୃଦ୍ଧି କରିବାର ପର୍ଯ୍ୟାପ୍ତ ସୁଯୋଗ ରହିଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସହକାରୀ ଉଦ୍ୟାନ କୃଷି ଅଧିକାରୀଙ୍କ ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ଡ. ସାହୁ ଚଳିତ ବୃକ୍ଷରୋପଣ ଋତୁରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ଉନ୍ନତ ମାନର ଚାରା ପ୍ରସ୍ତୁତି ଓ ଯୋଗାଣ ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ । ରାଜ୍ୟରେ ଫଳ ଓ ପନିପରିବା ଚାଷ କରିବା ପାଇଁ ବ୍ୟାପକ ସୁଯୋଗ ରହିଥିବା ପରିପ୍ରେକ୍ଷୀରେ ଚାଷୀମାନଙ୍କୁ ବୃକ୍ଷରୋପଣ ନିମନ୍ତେ ଯୋଗାଇ ଦିଆଯାଉଥିବା ସବୁ ସାମଗ୍ରୀ ଯେପରି ସଠିକ୍‌ ସମୟରେ ଓ ସଠିକ୍‌ ମାନର ହୋଇଥିବ ତା’ର କଡ଼ାକଡ଼ି ତଦାରଖ କରିବା ପାଇଁ ମନ୍ତ୍ରୀ ଡ. ସାହୁ ନିର୍ଦ୍ଦେଶ ଦେଇଥିଲେ । ବିଭାଗ ଦ୍ୱାରା କରାଯାଉଥିବା ବୃକ୍ଷରୋପଣର ସ୍ଥିତାବସ୍ଥା ସଂପର୍କରେ ନିୟମିତ ସମୀକ୍ଷା କରାଯିବ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ । ଏଥି ସହିତ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ନୂତନ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହାଦ୍ୱାରା ଆତ୍ମନିଯୁକ୍ତି ମିଳିବା ସହିତ ଅନେକ ନୂତନ ନିଯୁକ୍ତିର ସୁଯୋଗ ସୃଷ୍ଟି ହେବ ବୋଲି କହିଥିଲେ । ବ୍ଲକ୍‌ ଏବଂ ଜିଲ୍ଲାସ୍ତରରୁ ତଥ୍ୟ ସଂଗ୍ରହ କରି ରାଜ୍ୟର ଉଦ୍ୟାନ କୃଷି କ୍ଷେତ୍ର ସଂପର୍କରେ ଏକ ବିସ୍ତୃତ ଓ ନିର୍ଭୁଲ ଡାଟାବେସ୍‌ ପ୍ରସ୍ତୁତ କରିବା ପାଇଁ କହିଥିଲେ । ଉଦ୍ୟାନ କୃଷି ଯୋଜନାର ସଫଳ ରୂପାୟନ ଦିଗରେ ସହକାରୀ ଉଦ୍ୟାନ କୃଷି ଅଧିକାରୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଉଦ୍ୟାନ କୃଷି ଉତ୍ପାଦନରେ ରାଜ୍ୟକୁ ସ୍ୱାବଲମ୍ବୀ କରିବା ନିମନ୍ତେ ଦକ୍ଷତାର ସହିତ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଏଥି ସହିତ ଯୋଜନାଗୁଡ଼ିକ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପୂର୍ଣ୍ଣ କରିବା ପାଇଁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ । ପ୍ରାରମ୍ଭରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ କାର୍ଯ୍ୟକାରୀ କରାଯାଉଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସଂପର୍କରେ ଆଲୋଚନା କରିଥିଲେ । ବୈଠକରେ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନଙ୍କ ସମେତ ରାଜ୍ୟର ସମସ୍ତ ସହକାରୀ ଉଦ୍ୟାନ କୃଷି ଅଧିକାରୀମାନେ ଯୋଗଦେଇଥିଲେ । ପୂର୍ବାହ୍ନରେ ମନ୍ତ୍ରୀ ଡ. ସାହୁ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାର ଏବଂ ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ସହ ଡେରାସ୍‌ ଫାର୍ମ ପରିଦର୍ଶନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!