Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଲରେ ପଥର ବ୍ଲାଷ୍ଟିଂ ବେଳେ ଅଘଟଣ

by ସଞ୍ଜୟ ସ୍ୱାଇଁ
May 24, 2025
in State
ବିଲରେ ପଥର ବ୍ଲାଷ୍ଟିଂ ବେଳେ ଅଘଟଣ
19
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା କୁସାଶିଙ୍ଗା ଗ୍ରାମରେ ଡିନାମାଇଟ ବୋମାରେ ପଥର ବ୍ଲାଷ୍ଟିଂ ବେଳେ ଅଘଟଣ । ହାତରେ ବୋମା ଫାଟି କୁସାଶିଙ୍ଗା ଗ୍ରାମର ସଚ୍ଚିଦାନନ୍ଦ ମହାକୁଡ ଗୁରୁତର ହୋଇଛନ୍ତି । ନିଜ ବିଲରେ ପଥର ବ୍ଲାଷ୍ଟିଂ କରୁଥିବା ବେଳେ ଫାଟିଲା ବୋମା । ଗୁରୁତରଙ୍କୁ ସଙ୍କଟାପନ୍ନ ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ସୂଚନାଯୋଗ୍ୟ ଯେ, କୁସାଶିଙ୍ଗା ଗ୍ରାମର ସଚ୍ଚିଦାନନ୍ଦ ମହାକୁଡ ନିଜ ବିଲରେ ଥିବା ବଡ ବଡ ପଥରକୁ ଫଟାଇବା ପାଇଁ ଡିନାମାଇଟ ବୋମା ବ୍ୟବହାର କରୁଥିବା ବେଳେ ହଠାତ୍ ଗୋଟିଏ ବୋମା ତାଙ୍କ ହାତରେ ଫାଟି ଯାଇଥିଲା । ଯାହା ଫଳରେ ତାଙ୍କ ଡ଼ାହାଣ ହାତ ଫାଟି ଯାଇଥିବା ବେଳେ ତାଙ୍କ ମୁଣ୍ଡ ଏବଂ ଦେହରେ ଶକ୍ତ ଆଘାତ ଲାଗିଥିଲା । ତେବେ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ ହରଭଙ୍ଗା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିବା ବେଳେ ସେଠାରୁ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ବୌଦ୍ଧ ମେଡିକାଲକୁ ଅଣାଯାଇଥିଲା । ତେବେ ବୌଦ୍ଧ ମେଡିକାଲରେ ତାଙ୍କ ଚିକିତ୍ସା ଜାରି ରହିଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!