Saturday, November 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟକୁ ଅଧିକ ୟୁରିଆ ସାର ଆବଶ୍ୟକ

by Anil Panda
August 18, 2020
in Feature News
ରାଜ୍ୟକୁ ଅଧିକ ୟୁରିଆ ସାର ଆବଶ୍ୟକ
151
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା) : ଚଳିତ ଖରିଫ ଚାଷ ନିମନ୍ତେ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଆଜି ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରାଜ୍ୟ ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ମନସୁଖଭାଇ ମାଣ୍ଡଭିୟ ଭିଡିଓ କନଫରେନସିଂ ଯୋଗେ ରାଜ୍ୟ କୃଷି ମନ୍ତ୍ରୀମାନଙ୍କର ବୈଠକରେ ସାର ଯୋଗାଣର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ । ଏଥିରେ ମନ୍ତ୍ରୀ ଡଃ ସାହୁ ଯୋଗଦେଇ ଅଗଷ୍ଟ ମାସରେ ବାକି ୟୁରିଆ ସାର ତୁରନ୍ତ ଯୋଗାଇ ଦେବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ । ଜୁଲାଇ ଦ୍ୱିତୀୟ ସପ୍ତାହଠାରୁ ସେପେମ୍ବର ଶେଷ ପର୍ଯ୍ୟନ୍ତ ୟୁରିଆ ସାରର ସର୍ବୋଚ୍ଚ ଚାହିଦା ରହିଥାଏ । ଅଗଷ୍ଟ ମାସରେ ରାଜ୍ୟରେ ଏକ ଲକ୍ଷ ମେଟି୍ରକ୍‌ ଟନ୍‌ ୟୁରିଆ ସାରର ଆବଶ୍ୟକତା ଥିବାବେଳେ ଅଗଷ୍ଟ ୧୭ ତାରିଖ ସୁଦ୍ଧା ରାଜ୍ୟକୁ ମାତ୍ର ୩୪ ହଜାର ୧୫୦ ମେଟି୍ରକ୍‌ ଟନ୍‌ ଯୋଗାଣ ହୋଇଛି । ଜୁନ୍‌ ଓ ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ଏବଂ ଅଗଷ୍ଟ ମାସର ବାକି ଅବଧି ପାଇଁ ରାଜ୍ୟରେ ୧ ଲକ୍ଷ ୩ ହଜାର ମେଟି୍ରକ୍‌ ଟନ୍‌ ୟୁରିଆ ସାରର ଆବଶ୍ୟକତା ରହିଛି । ଓଡ଼ିଶାରେ ଖରିଫରେ ମୁଖ୍ୟତଃ ଧାନଚାଷ କରାଯାଉଥିବା ବେଳେ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି । ରାଜ୍ୟ ସରକାରଙ୍କ ତରଫରୁ ଇଫକୋ, ଆରସିଏଫ, ଏନ୍‌ଏଲଏଫ ଆଦି ସାର କମ୍ପାନୀଗୁଡ଼ିକ ନିଜସ୍ୱ ଉତ୍ପାଦିତ ସାର ଯୋଗାଇଦେବା ପାଇଁ ଅନୁରୋଧ କରାଯାଇଥିବା ବେଳେ ରାଜ୍ୟକୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଉପଲବ୍ଧ ହୋଇନାହିଁ ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ । ଏହି ପରିପ୍ରେକ୍ଷୀରେ ରାଜ୍ୟକୁ ଇଣ୍ଡିଆନ ପଟାସ ଲିମିଟେଡ ପକ୍ଷରୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଯୋଗାଇଦେବା ପାଇଁ ମନ୍ତ୍ରୀ ଡଃ ସାହୁ ଅନୁରୋଧ କରିଥିଲେ । ରାଜ୍ୟରେ ୟୁରିଆ ସାର ଖୁଚୁରା ବିକ୍ରୟକୁ କ୍ୟାସ୍‌ଲେସ୍‌ ଓ ଡିଜିଟାଲ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି । ଅଦ୍ୟାବଧି ୧୦୦୦ଟି ଖୁଚୁରା ସାର ବିକ୍ରୟ କେନ୍ଦ୍ରକୁ ଡ଼ିଜିଟାଲ କରାଯାଇଛି ବୋଲି ମନ୍ତ୍ରୀ ଡଃ ସାହୁ କହିଥିଲେ । ବୈଠକରେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ବିଭାଗର ପ୍ରମୁଖ ଶାସନ ସଚିବ ଡଃ ସୌରଭ ଗର୍ଗ, କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଡଃ ଏମ୍‌. ମୁଥୁକୁମାର ଯୋଗଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!