Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
April 9, 2021
in Feature News
ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରିବାକୁ କୃଷିମନ୍ତ୍ରୀଙ୍କ ନିର୍ଦ୍ଦେଶ
103
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):ଉଦ୍ୟାନ କୃଷି ନିମନ୍ତେ ବିଭିନ୍ନ ଯୋଜନାରେ ବରାଦ ଅର୍ଥକୁ ଧାର୍ଯ୍ୟ ସମୟ ମଧ୍ୟରେ ଖର୍ଚ୍ଚ କରି ଏହାର ସୁଫଳ ଚାଷୀମାନଙ୍କ ନିକଟରେ ପହଞ୍ଚାଇବାକୁ ପଡ଼ିବ । କୃଷକମାନଙ୍କ ଆୟ ଦ୍ୱିଗୁଣିତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ହୋଇଥିବାବେଳେ ଉଦ୍ୟାନ କୃଷି ଯୋଜନାରେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ଦିଗରେ କୌଣସି ଅବହେଳାକୁ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ କହିଛନ୍ତି । ଆଜି କେନ୍ଦ୍ରାଞ୍ଚଳ ରାଜସ୍ୱ କମିଶନର ଅନ୍ତର୍ଗତ ଜିଲ୍ଲାର ଜିଲ୍ଲାସ୍ତରୀୟ ଉଦ୍ୟାନ କୃଷି ଅଧିକାରୀମାନଙ୍କ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ କହିଲେ ଯେ ରାଜ୍ୟରେ ଉଦ୍ୟାନ କୃଷିର ବିକାଶର ପର୍ଯ୍ୟାପ୍ତ ସୁଯୋଗ ରହିଛି । ଏହାକୁ ପୂର୍ଣ୍ଣ ବିନିଯୋଗ କରି କୃଷକମାନଙ୍କ ଆୟ ବହୁଗୁଣିତ କରାଯାଇପାରିବ । ଏଥି ସହିତ ପ୍ରତି ବ୍ଲକ୍‌ର ସ୍ଥାନୀୟ ଉତ୍ପାଦକୁ ଦୃଷ୍ଟିରେ ରଖି ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’ରେ କୃଷି ଉଦ୍ୟୋଗ ପ୍ରତିଷ୍ଠା ଦିଗରେ ଅଧିକାରୀମାନେ ଅଧିକ ତତ୍ପରତା ପ୍ରକାଶ କରିବାକୁ ମନ୍ତ୍ରୀ କହିଥିଲେ । ଶୀତଳ ଭଣ୍ଡାର, କୃଷକ ଉତ୍ପାଦକ ସଂଗଠନ ଏବଂ ସ୍ଥାନୀୟ କୃଷକମାନଙ୍କ ସହିତ ଉପଯୁକ୍ତ ସମନ୍ୱୟ ରଖି ଆଳୁ, ଗାଜର, ବନ୍ଧାକୋବି ଆଦି ପନିପରିବାର ଉପଯୁକ୍ତ ସଂରକ୍ଷଣ ସହିତ ଶୀତଳ ଭଣ୍ଡାରର ପୂର୍ଣ୍ଣ କ୍ଷମତା ଉପଯୋଗ କରିବା ପାଇଁ ମନ୍ତ୍ରୀ କହିଥିଲେ । ରାଜ୍ୟରେ ଫଳ ଚାଷ ପାଇଁ କ୍ଲଷ୍ଟର ପଦ୍ଧତି ଆପଣାଇବା ନିମନ୍ତେ ମନ୍ତ୍ରୀ ଡ.ସାହୁ ଗୁରୁତ୍ୱ ଦେଇଥିଲେ । ଉପକୂଳ ଜିଲ୍ଲାଗୁଡ଼ିକରେ ନଡ଼ିଆ ଚାଷର ବ୍ୟାପକ ସୁଯୋଗ ରହିଥିବାରୁ ଅଧିକରୁ ଅଧିକ ଚାଷୀ ନଡ଼ିଆ ଚାଷ ନିମନ୍ତେ ମନୋନିବେଶ କରିବା ଏବଂ ଅଧିକ ଉତ୍ପାଦନ ନିମନ୍ତେ ହାଇବି୍ରଡ୍‌ ପନିପରିବା ଚାଷ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଚଳିତ ବର୍ଷ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ପରିମାଣର ଓ ଉନ୍ନତ ମାନର କୃଷି ସାମଗ୍ରୀ ଯୋଗାଇ ଦେବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ । ବୈଠକ ପ୍ରାରମ୍ଭରେ ଉଦ୍ୟାନ କୃଷି ନିର୍ଦ୍ଦେଶକ ଶ୍ରୀ ରୋହିତ କୁମାର ଲେଙ୍କା ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ବିଶଦ ଭାବରେ ଆଲୋଚନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!