Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାତ୍ରୀଙ୍କ ପାଇଁ ୨୦୨୨ ସୁଦ୍ଧା ପୁରୀରୁ ଉଡ଼ିବ ବିମାନ

by ସଞ୍ଜୟ ସ୍ୱାଇଁ
July 4, 2021
in Feature News
ଯାତ୍ରୀଙ୍କ ପାଇଁ  ୨୦୨୨ ସୁଦ୍ଧା ପୁରୀରୁ ଉଡ଼ିବ ବିମାନ
127
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ୨୦୨୨ ସୁଦ୍ଧା ଜଗନ୍ନାଥ ଧାମ ପୁରୀରୁ ଉଡ଼ିବ ବିମାନ। ରାଜ୍ୟରେ ପ୍ରତିଷ୍ଠା ହେବ ଦ୍ୱିତୀୟ ଅନ୍ତର୍ଜାତୀୟ ବିମାନ ବନ୍ଦର। ସିପ ସରୁବାଲିରେ ପ୍ରସ୍ତାବିତ ବନ୍ଦର ନିର୍ମାଣ ହେବ ବୋଲି ଜଣାପଡ଼ିଛି। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା। ମନ୍ତ୍ରୀଙ୍କ ସୂଚନା ମୁତାବକ, ପ୍ରଥମେ ପୁରୀରେ ବିମାନବନ୍ଦର ପାଇଁ ଜାଗା ଚିହ୍ନଟ ଉପରେ ଚୂଡ଼ାନ୍ତ ମୋହର ବାଜିବ। କରୋନା ପରିସ୍ଥିତି ପାଇଁ କାମ ସାମାନ୍ୟ ବିଳମ୍ବିତ ହୋଇଛି। ରାଜ୍ୟର ରାଉରକେଲା ଓ ଜୟପୁର ପ୍ରଭୃତି ସ୍ଥାନରୁ ବିମାନ ଉଡାଣ ପାଇଁ ରାଜ୍ୟ ସରକାର ସହଯୋଗ କରୁଛନ୍ତି। ସେହିପରି ସମସ୍ତ ଅବିଭକ୍ତ ଜିଲ୍ଲାରେ ଥିବା ଏୟାର୍ ଷ୍ଟ୍ରିପ୍‌ର ଉନ୍ନତି ପାଇଁ ଆଲୋଚନା ହୋଇଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ପୁରୀ ଏକ ଆକର୍ଷଣୀୟ ଭ୍ରମଣସ୍ଥଳ ହୋଇଥିବାରୁ ଏଠାକୁ ପ୍ରତିଦିନ ଶହ ଶହ ସଂଖ୍ୟାରେ ଶ୍ରଦ୍ଧାଳୁ ଦେଶ ତଥା ବିଦେଶରୁ ମହାପ୍ରଭୁଙ୍କ ଦର୍ଶନ ଓ ସମୁଦ୍ର ବେଳାଭୂମିର ମଜା ନେବା ପାଇଁ ଆସିଥାନ୍ତି। ପୁରୀରେ ବିମାନବନ୍ଦର ପ୍ରତିଷ୍ଠା ହେଲେ ଏହା ରାଜ୍ୟ, ଦେଶ ଓ ବିଦେଶର ଯାତ୍ରୀଙ୍କ ପାଇଁ ବିଶେଷ ଫଳପ୍ରଦ ହେବ ବୋଲି କୁହାଯାଉଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!