Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
December 26, 2019
in Accident
ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
40
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ଥାନା ଘଣାଶାଳିଆଠାରେ ଗତକାଲି ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତବ୍ୟକ୍ତି ହେଲେ ନରସିଂହପୁର ଥାନା ଅନ୍ତର୍ଗତ ପଦାମାଳ ଗ୍ରାମର ମାଟିଆ ଦଳେଇଙ୍କ ପୁଅ ମାନସ କୁମାର ଦଳେଇ (୨୮) । ସୂଚନାନୁସାରେ, ମାନସ ଗତକାଲି ରାତିରେ ତାଙ୍କ ସାଙ୍ଗ ଦିଲ୍ଲିପ କୁମାର ନାୟକକୁ କଣ୍ଟିଲୋରୁ ନେବା ପାଇଁ ଘରୁ ଆସିଥିଲେ । ଦିଲ୍ଲିପକୁ ସାଙ୍ଗରେ ଧରି ଏକ ବାଇକ ଯୋଗେ ସେ ପଦାମାଳ ଫେରିବା ବାଟରେ ଘଣାଶାଳିଆଠାରେ ଗୋଟିଏ ଗାଡ଼ି ସହ ତାଙ୍କ ବାଇକର ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଦିଲ୍ଲିପ ଓ ମାନସଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଥିଲା । ନୟାଗଡ଼ ଡାକ୍ତରଖାନାରେ ମାନସଙ୍କର ମୃତ୍ୟୁ ଘଟିଥିବା ବେଳେ ଦିଲ୍ଲିପଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି । ପୁଲିସ ଡାକ୍ତରଖାନାରେ ପହଂଚି ମାନସଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଦୁର୍ଘଟଣାର ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!