Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଲା ରାୟ, ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ

by ସଞ୍ଜୟ ସ୍ୱାଇଁ
May 28, 2025
in State
ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ଆସିଲା ରାୟ,  ପୁଞ୍ଜିଲାଲକୁ  ଆଜୀବନ କାରାଦଣ୍ଡ
181
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ୭ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ । ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କଲେ ପାଟଣାଗଡ଼ ଏଡିଜେ-୨ କୋର୍ଟ । ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଖବର ଅନୁଯାୟୀ, ୨୦୧୮ ମସିହା ଫେବୃଆରୀ ୨୩ ତାରିଖରେ ପାଟଣାଗଡ଼ର ନବବିବାହିତ ସୌମ୍ୟ ଶେଖର ଓ ତାଙ୍କ ସ୍ତ୍ରୀ ରୀମା ରାଣି ଏକ ପାର୍ସଲ ଗିଫ୍ଟ ପ୍ୟାକ୍କୁ ଖୋଲିବା ବେଳେ ବିସ୍ଫୋରଣ ହୋଇଥିଲା । ଯେଉଁଥିରେ ସୌମ୍ୟ ଶେଖର ଓ ତାଙ୍କ ଜେଜେମା ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ଉଭୟଙ୍କର ମୃତ୍ୟୁ ହୋଇଥିଲା । ମାମଲାର ତଦନ୍ତ ପାଇଁ ତତ୍କାଳୀନ ସରକାର ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରାଙ୍କ ତତ୍ୱାବଧାନରେ ଏକ ଟିମ୍ ଗଠନ କରିଥିଲା । ଟିମ୍ ବିଭିନ୍ନ ଦିଗକୁ ତଦନ୍ତ କରି ପୁଞ୍ଜିଲାଲ ମେହେରଙ୍କୁ ଗିରଫ କରିଥିଲା । ମାମଲାରେ ପ୍ରଥମେ ଜିଲ୍ଲା ପୋଲିସ ଆଉ ପରେ କ୍ରାଇମବ୍ରାଞ୍ଚ ପ୍ରାୟ ୨ ହଜାର ପୃଷ୍ଠାର ତଦନ୍ତ ରିପୋର୍ଟ କୋର୍ଟରେ ଦାଖଲ କରିଥିଲେ । ଏହାସହିତ ୬୩ ଜଣଙ୍କର ସାକ୍ଷ୍ୟଗ୍ରହଣ ହୋଇଥିଲା । ଆଉ ଏବେ ଦୀର୍ଘ ସାତ ବର୍ଷ ପରେ ରାୟ ପ୍ରକାଶ କରିଛନ୍ତି ପାଟଣାଗଡ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ । ମାମଲାରେ ଅଭିଯୁକ୍ତ ଥିବା ପୁଞ୍ଜାଲାଲ ମେହେରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ମାନ୍ୟବର କୋର୍ଟ । ଏହାପରେ ପୁଞ୍ଜିଲାଲକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026
ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!