Thursday, July 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
April 20, 2026
in Nayagarh
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ
105
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ୨୦୨୬ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ (ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ, ଓଡ଼ିଶା ସରକାର)ଙ୍କ ଦ୍ୱାରା ଜିଲ୍ଲା ଡାଲି ଗବେଷଣା କେନ୍ଦ୍ର, ନୟାଗଡ଼ଠାରେ ପାରମ୍ପରିକ ରୀତିନୀତିରେ ଭୂମି ପୂଜନ ଓ ଅକ୍ଷିମୁଠି ଅନୁକୂଳ ତଥା ଧାନ ବୁଣା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। ଉକ୍ତ କାର୍ଯକ୍ରମ ପରେ ନୟାଗଡ଼ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଦୂରଭାଷି ମାଧ୍ୟମରେ ରାଜ୍ୟସ୍ତରୀୟ କୃଷକ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ସି.ଏମ୍.କିଷାନ୍ ର ଚତୁର୍ଥ ତମ କିସ୍ତି ପ୍ରଦାନର ସିଧାପ୍ରସାରଣ କରାଯାଇଥିଲା । କୃଷକ ସଭାରେ ମାନ୍ୟବର ମନ୍ତ୍ରୀଙ୍କ ସହ ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ, ନୟାଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦର, କୃଷି ବିଜ୍ଞାନ କେନ୍ଦ୍ରର ପ୍ରମୁଖ ବୈଜ୍ଞାନିକ ଅନିଲ କୁମାର ସ୍ୱାଇଁ ପ୍ରମୁଖ ଯୋଗଦାନ କରିଥିଲେ । ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶିବ ନାରାୟଣ ସିଂ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ, ନୟାଗଡ଼ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଉପସ୍ଥିତ କୃଷକଙ୍କୁ ଅବଗତ କରାଇଥିଲେ ।କାର୍ଯକ୍ରମରେ ମାନ୍ୟବର ମନ୍ତ୍ରୀ କୃଷକମାନେ କିପରି ସମନ୍ୱିତ କୃଷିକୁ ଆପଣେଇ ନିଜ ଆୟକୁ ବହୁଗୁଣିତ କରିପାରିବେ ସେ ସମ୍ପର୍କରେ ନିଜର ଅଭିଭାଷଣ ରଖିଥିଲେ। ଏହି ଅବସରରେ ରାଜ୍ୟର ୪୧,୬୮,୫୮୨ ଜଣ ଚାଷୀଙ୍କୁ  ସି.ଏମ୍. କିଷାନ୍ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ସେଥିମଧ୍ୟରେ ନୟାଗଡ଼ ଜିଲ୍ଲାରେ ସମୁଦାୟ ୧,୬୧,୨୭୦ ଜଣ ଚାଷୀ ସି. ଏମ୍. କିଷାନ୍ ସହାୟତା ପାଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!