Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସୁଛି ବଡ଼ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ସତର୍କ କରାଇଲେ SRC

by ସଞ୍ଜୟ ସ୍ୱାଇଁ
May 27, 2025
in State
ଆସୁଛି ବଡ଼ ବର୍ଷା, ସବୁ ଜିଲ୍ଲାପାଳଙ୍କୁ ଚିଠି ମାଧ୍ୟମରେ ସତର୍କ କରାଇଲେ SRC
168
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଗକୁ ଆସୁଛି ବଡ଼ ବର୍ଷା, ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖିଲେ ସ୍ବତନ୍ତ୍ର ରିଲିଫ୍ କମିଶନର । ରାଜ୍ୟରେ ବର୍ଷା ସତର୍କତା ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସ୍ଆର୍ସି ଦେଓରଞ୍ଜନ କୁମାର ସିଂହ । ସମ୍ଭାବ୍ୟ ବର୍ଷା ପାଇଁ ପ୍ରସ୍ତୁତ ଓ ସତର୍କ ରହିବାକୁ ଏସ୍ଆର୍ସି ନିର୍ଦ୍ଦେଶ ଦେଇଛନ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଛନ୍ତି । ବଜ୍ରପାତ ଅଘଟଣ ଏଡ଼ାଇବାକୁ ଲୋକଙ୍କୁ ସଚେତନ କରିବାକୁ କରିଛନ୍ତି ଏସ୍ଆର୍ସି । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମଧ୍ୟ ବାରଣ କରାଯାଇଛି । ମତ୍ସ୍ୟଜୀବୀଙ୍କ ପାଇଁ ନିୟମ କଡ଼ାକଡ଼ି କରିବାକୁ ଚିଠିରେ ଉଲ୍ଲେଖ ରହିଛି । ଅନ୍ୟପଟେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଗକୁ ଆଗକୁ ଅଗ୍ରସର ହେଉଛି । ସୋମବାର ଏହା ମୁମ୍ବାଇ ସମେତ ମହାରାଷ୍ଟ୍ରର ଅଧିକାଂଶ ସ୍ଥାନ, କର୍ଣ୍ଣାଟକ, ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶର କିଛି ଅଞ୍ଚଳ, ତ୍ରିପୁରା, ମଣିପୁର, ନାଗାଲାଣ୍ଡ ଓ ଆସାମର କିଛି ଅଞ୍ଚଳରେ ପହଞ୍ଚିଛି । ୨୮ ବା ୨୯ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶାରେ ପହଞ୍ଚିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ପୂର୍ବାନୁମାନ କରିଛନ୍ତି । ମଙ୍ଗଳବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହା ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶା, ସୁନ୍ଦରଗଡ଼ ଓ ଦେବଗଡ଼ରେ ଭଲ ବର୍ଷା ହେବ । ଆଗକୁ ବର୍ଷା ହେବାର ଥିବାରୁ ୨୯ ତାରିଖ ସୁଦ୍ଧା ଓଡ଼ିଶାରେ ମୌସୁମୀ ପହଞ୍ଚିଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମଙ୍ଗଳବାର ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳରେ ଭାରି ବର୍ଷା ହୋଇପାରେ । ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ସତର୍କତା ଜାରି କରିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!