Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସବୁ ଯୋଜନାରୁ ବାଦ ପଡ଼ିଥିଲେ ମିଳିବ ଘର : ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 27, 2025
in State
ସବୁ ଯୋଜନାରୁ ବାଦ ପଡ଼ିଥିଲେ ମିଳିବ ଘର : ମନ୍ତ୍ରୀ
134
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ସବୁ ଯୋଜନାରୁ ବାଦ ପଡ଼ିଥିଲେ ଅନ୍ତ୍ୟୋଦୟ ଯୋଜନାରେ ଘର ମିଳିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୬୦ ହଜାର ଘର ଦିଆଯାଇଛି। ଏବେ ତାଲିକା ପ୍ରସ୍ତୁତି ଚାଲିଛି, ୨ ମାସ ଭିତରେ ପ୍ରକ୍ରିୟା ସରିବ। ମୌସୁମୀ ପରେ ଦ୍ବିତୀୟ ପର୍ଯ୍ୟାୟ ଘର ବଣ୍ଟନ ହେବ। ସୂଚନାଯୋଗ୍ୟ, ରାଜ୍ୟରେ ‘ଅନ୍ତ୍ୟୋଦୟ ଗୃହ ଯୋଜନା’ରେ ସମାଜର ଦୁର୍ବଳ ବର୍ଗର ସବୁ ଲୋକଙ୍କୁ ପକ୍କାଘର ଯୋଗାଇ ଦିଆଯିବ । ପ୍ରଚଳିତ ଗୃହନିର୍ମାଣ ଯୋଜନାରେ ଉପକୃତ ହୋଇ ନ ଥିବା ଯୋଗ୍ୟ ପରିବାରଗୁଡିକୁ ଏହି ଯୋଜନାରେ ପକ୍କାଘର ଦିଆଯିବ। ୨୫ବର୍ଗ ମିଟର ପରିଧିର ପକ୍କାଘର ନିର୍ମାଣ ପାଇଁ ୧.୨୦ଲକ୍ଷ ଟଙ୍କାର ଆର୍ଥିକ ସହାୟତା ସରକାର ଦେବେ। ୩ବର୍ଷ ମଧ୍ୟରେ ଏହି ଯୋଜନାରେ ଅତିକମରେ ୨.୨୫ଲକ୍ଷ ଘର ମଞ୍ଜୁର କରାଯିବ। ଏଥିପାଇଁ ପକ୍କାଘରର ସଂଜ୍ଞା ଓ ପରିବାରର ସଂଜ୍ଞାକୁ ମଧ୍ୟ ସରକାର କୋହଳ କରିଛନ୍ତି। ଏହି ଯୋଜନା ପାଇଁ ୭୫୫୦କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଏହି ଯୋଜନାରେ ପକ୍କାଘରର ସଂଜ୍ଞାକୁ ସରଳୀକରଣ କରାଯାଇ ଆଜବେଷ୍ଟସ, ଟିଣ ଓ ଟାଇଲ ଛାତଘରକୁ କଚ୍ଚାଘର ରୂପେ ବିବେଚନା କରାଯାଇଛି । କେବଳ ସିମେଂଟ ଯୋ କାନ୍ଥ ସହିତ ଆରସିସି ଛାତକୁ ପକ୍କାଘର ଭାବେ ବିବେଚନା କରାଯିବ । ପରିବାରର ସଂଜ୍ଞାକୁ ମଧ୍ୟ ସରଳୀକରଣ କରାଯାଇ ଯୋଜନାରେ ପରିବାରର ଅର୍ଥ ସ୍ବାମୀ,ସ୍ତ୍ରୀ, ର୍ନିଭରଶୀଳ ପିତାମାତା ଓ ସନ୍ତାନଙ୍କୁ ବୁଝାଉଛି । ଏହାଦ୍ୱାରା ସୃଷ୍ଟି ହୋଇଥିବା ନୂଆ ପରିବାରମାନେ ଯୋଜନାରେ ଉପକୃତ ହୋଇପାରିବେ। ଏହି ଯୋଜନାରେ ହିତାଧିକାରୀଙ୍କୁ (ଶୌଚାଳୟ ଅଞ୍ଚଳକୁ ବାଦ ଦେଇ) ୨୫ବର୍ଗ ମିଟର ବିଶିଷ୍ଟ ପକ୍କାଘର ନିର୍ମାଣ ପାଇଁ ୧.୨୦ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ପାଇବେ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!