Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
September 24, 2024
in Crime, State
ନବମ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ
68
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ନାରୀ ନିର୍ଯାତନାକୁ ନେଇ ଗୋଟିଏ ପରେ ଗୋଟିଏ ଲଜ୍ଜାଜନକ ଖବର ରାଜ୍ୟରେ କଳଙ୍କ ଲଗାଉଛନ୍ତି । ଘର ହେଉ କି ବାହାର, ଥାନା ହେଉ କି ସ୍କୁଲ ସବୁଠି ବୁଲୁଛନ୍ତି ଯୌନ ପିପାପୁ । ସରକାର ବଦଳିବା ପରେ ବଢ଼ି ଯାଇଛି ନାରୀ ନିର୍ଯାତନାର ହାର । ପ୍ରତିଦିନ କେଉଁଠୁ ନା କେଉଁଠୁ ଆସୁଛି ସଭ୍ୟ ସମାଜକୁ ଦୋହଲାଇ ଦେବା ପରି ଘଟଣା । ଏବେ ରାଉରକେଲାରେ ଘଟିଛି ସେମିତି ଘଟଣା । ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଅସଦାଚରଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପ୍ଲାଣ୍ଟ ସାଇଟ ଥାନା ଅଞ୍ଚଳରେ ଥିବା ଏକ ଘରୋଇ ସ୍କୁଲରୁ ଏମିତି ଅଭିଯୋଗ ଆସିଛି । ଜଣେ ଶିକ୍ଷକ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ସ୍କୁଲ ପରିସରରେ ଉତ୍ତେଜନା ସୃଷ୍ଟି ହୋଇଛି । ଅଭିଭାବକ ଓ ସ୍ଥାନୀୟ ଲୋକେ ସ୍କୁଲରେ ଆନ୍ଦୋଳନ କରିବା ସହ ଅଭିଯୁକ୍ତ ଶିକ୍ଷକ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି । ଖବର ପାଇବା ପରେ ବରିଷ୍ଠ ଅଧିକାରୀଙ୍କ ସହ ପ୍ଲାଣ୍ଟ ସାଇଟ ଥାନା ପୋଲିସ ପହଞ୍ଚି ତନାଘନା ଚଳାଇଛନ୍ତି । ସ୍କୁଲ ପରିସରରେ ଉତ୍ତେଜନା ଲାଗି ରହିଥିବାରୁ ଫୋର୍ସ ମୁତୟନ ହୋଇଛନ୍ତି । ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୁକ୍ତ ଶିକ୍ଷକ ଜଣକ ଗତକାଲି ଠାରୁ ସ୍କୁଲ ଆସୁ ନଥିବା ବେଳେ ଶିକ୍ଷକଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯିବ ବୋଲି ସ୍କୁଲ ପରିଚାଳନା କମିଟି ପକ୍ଷରୁ ସୂଚନା ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!