Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆମ ସଂସ୍କୃତି ଆମ ଖେଳନା କର୍ମଶାଳା

by ସଞ୍ଜୟ ସ୍ୱାଇଁ
March 27, 2025
in Nayagarh, State
ଆମ ସଂସ୍କୃତି ଆମ ଖେଳନା କର୍ମଶାଳା
114
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାର ଅନ୍ୟତମ ପୁରାତନ ବାମନ ଅବକାଶ ଉଚ୍ଚ ବିଦ୍ୟାଳୟ ରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସୃଜନଶୀଳତା ର ବିକାଶ ନିମନ୍ତେ ଆମ ସଂସ୍କୃତି ଆମ ଖେଳନା କର୍ମଶାଳା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷକ ମୃତ୍ୟୁଞ୍ଜୟ ଷଡ଼ଙ୍ଗୀ ଓ ସରୋଜ ସାହୁଙ୍କ ସଂଯୋଜନାକ୍ରମେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କଣ୍ଢେଇ କାରିଗର ବାସନ୍ତୀ ଦେଇ ତଥା ସରୋଜିନୀ ପଲେଇ କଣ୍ଢେଇ ପ୍ରସ୍ତୁତି ଶୈଳୀ ଏବଂ ଚିତ୍ରଶିଳ୍ପୀ ହରିବନ୍ଧୁ ଦାସ ମାଟି ଖେଳନା ପ୍ରସ୍ତୁତି ର ଶୈଳୀ ବିଷୟରେ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷିତ କରାଇଥିଲେ।

ଦ୍ଵିତୀୟ ଦିବସରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ମହାପାତ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ବାର୍ଷିକ ଉତ୍ସବ। ଏହି ଉତ୍ସବରେ ମୁଖ୍ୟଅତିଥି ଭାବେ ଇଟାମାଟିର ସରପଞ୍ଚ ସ୍ୱପ୍ନେଶ୍ୱରୀ ସେଠୀ ଏବଂ ସମ୍ମାନିତ ଅତିଥି ରୂପେ ପୁରାତନ ଛାତ୍ର ସଂଗଠନର ସଭାପତି ଶରତ କୁମାର ସାହୁ, ଏସ୍ ଏମ୍ ସି ଚେୟାରମ୍ୟାନ ଚନ୍ଦ୍ରମଣି ପ୍ରଧାନ, ସି ଆର୍ ସି ସି ସନ୍ତୋଷ କୁମାର ସାହୁ, ପୁରାତନ ଛାତ୍ର ସଂଗଠନ ସଂପାଦକ ଜଗନ୍ନାଥ ଦାସ, ପ୍ରାଧ୍ୟାପକ ରଂଗନାଥ ବେହେରା, ସମାଜସେବୀ ଉମେଶ ପଟ୍ଟନାୟକ, ଶିକ୍ଷାବିତ୍ କିଶୋର ଚନ୍ଦ୍ର ସାହୁ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶରେ ବିଦ୍ୟାଳୟ,ଶିକ୍ଷକ ଓ ଅଭିଭାବକଙ୍କ ଭୂମିକା ବିଷୟରେ ଆଲୋକପାତ କରିଥିଲେ।

କାର୍ଯ୍ୟକ୍ରମର ସଂଯୋଜନା ଶିକ୍ଷୟତ୍ରୀ ହରପ୍ରିୟା ଦ୍ୱିବେଦୀ ଓ ଶୁଭଲକ୍ଷ୍ମୀ ସାହୁ କରିଥିବା ବେଳେ ବିଭିନ୍ନ ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ୬୦ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ସଂଗୀତ ଏବଂ ନୃତ୍ୟ ଆଧାରିତ ସାଂସ୍କୃତିକ କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଦ୍ବାରା ପରିବେଶିତ ହୋଇଥିଲା । ଧନ୍ୟବାଦ ପ୍ରଦାନ କରିଥିଲେ ଶିକ୍ଷକ ଶୁଭେନ୍ଦୁ କୁମାର ବିଶ୍ବାଳ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!