Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନବାଡ଼ି କର୍ମୀମାନଙ୍କ ତ୍ୟାଗ ଓ କର୍ତ୍ତବ୍ୟନିଷ୍ଠାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

by ସଞ୍ଜୟ ସ୍ୱାଇଁ
May 21, 2021
in Nayagarh
ଅଙ୍ଗନବାଡ଼ି କର୍ମୀମାନଙ୍କ ତ୍ୟାଗ ଓ କର୍ତ୍ତବ୍ୟନିଷ୍ଠାକୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା
1.1k
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା):କେବଳ ଛୋଟପିଲା ଏବଂ ଗର୍ଭବତୀ ମା’ମାନଙ୍କ ପୋଷଣ ଓ ସ୍ୱାସ୍ଥ୍ୟରକ୍ଷା ପାଇଁ ନୁହେଁ, କୋଭିଡ୍ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ ଧରି ଅଙ୍ଗନବାଡ଼ି କାର୍ଯ୍ୟକର୍ତ୍ତାମାନେ ଆଗଧାଡ଼ିର ଯୋଦ୍ଧା ଭାବେ କାର୍ଯ୍ୟ କରିଚାଲିଛନ୍ତି । ଅସ୍ଥାୟୀ ସ୍ୱାସ୍ଥ୍ୟ କେନ୍ଦ୍ର ହେଉ କିମ୍ବା ଗୃହ ପୃଥକବାସ ବା କ୍ୱାରାଣ୍ଟାଇନ୍ ପରିଚାଳନା ହେଉ ସବୁଥିରେ ସେମାନେ ଖୁବ୍ ଭଲ କାମ କରୁଛନ୍ତି । ଆସନ୍ତା ୨୪ ତାରିଖରୁ ଅଙ୍ଗନବାଡ଼ି କର୍ମୀ ଘରକୁ ଘର ବୁଲି କୋଭିଡ୍ ଲକ୍ଷଣ ଏବଂ ଗୁରୁତର ରୋଗ ଥିବା ବ୍ୟକ୍ତି ଚିହ୍ନଟ(ସର୍ଭେ) କାର୍ଯ୍ୟ ଆରମ୍ଭ କରିବେ । ଏଥିରେ ସେମାନେ ନିଶ୍ଚିତ ଭାବେ ସଫଳ ହେବେ ଏବଂ ସେମାନଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୭୦ ହଜାରରୁ ଊର୍ଦ୍ଧ୍ୱ ଆଇସିଡିଏସ୍ କର୍ମକର୍ତ୍ତାଙ୍କ ପାଇଁ ଅନୁଷ୍ଠିତ ଭର୍ଚୁଆଲ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ କହିଛନ୍ତି । କୋଭିଡ୍ ଦ୍ୱିତୀୟ ଲହର ପରିପ୍ରେକ୍ଷୀରେ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗର ଆଗଧାଡ଼ିର କାର୍ଯ୍ୟକର୍ତ୍ତାମାନଙ୍କ ପାଇଁ ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ଘରକୁ ଘର ସର୍ଭେ ପରିପ୍ରେକ୍ଷୀରେ ଆୟୋଜିତ ଭର୍ଚୁଆଲ ଦକ୍ଷତା ବୃଦ୍ଧି େୱବିନାର୍ରେ ମାନ୍ୟବର ମୁଖ୍ୟମନ୍ତ୍ରୀ କୋଭିଡ୍ ସମୟରେ ଏହି ଆଗଧାଡ଼ିର କାର୍ଯ୍ୟକର୍ତ୍ତାମାନଙ୍କ କ୍ରମାଗତ ପରିଶ୍ରମ ଓ ନିଷ୍ଠାପର ଉଦ୍ୟମକୁ ପ୍ରଶଂସା କରିବା ସହ ଗାଁକୁ ସୁରକ୍ଷା ଦେବା ସହ ନିଜେ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛନ୍ତି । େୱବିନାର୍ରେ କାର୍ଯ୍ୟକର୍ତ୍ତାମାନଙ୍କୁ ଉଦ୍ବୋଧନ ଦେଇ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ କହିଲେ ଯେ କୋଭିଡ୍ ଦ୍ୱିତୀୟ ଲହରର ଭୟାବହତାକୁ ଦେଖି ପ୍ରତ୍ୟେକ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖିବା ଆମ ପାଇଁ ସବୁଠାରୁ ବଡ଼ ଆହ୍ୱାନ । ଏହି ଆହ୍ୱାନର ମୁକାବିଲା ଦିଗରେ ଆମର ଆଇସିଡିଏସ୍ କାର୍ଯ୍ୟକର୍ତ୍ତା ଏବଂ ଅଙ୍ଗନବାଡ଼ି କର୍ମୀମାନଙ୍କ ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ଗ୍ରାମାଞ୍ଚଳରେ କୋଭିଡ୍ ସଚେତନତା ସୃଷ୍ଟି ସହ ସେମାନେ ନିଜର ଓ ନିଜ ପରିବାରର ସୁରକ୍ଷା ପ୍ରତି ମଧ୍ୟ ଯତ୍ନବାନ ହେବେ ବୋଲି କହିବା ସହ କୋଭିଡ୍ ସଂଗ୍ରାମରେ ପ୍ରାଣ ହରାଇଥିବା ବିଭାଗର କୋଭିଡ୍ ଯୋଦ୍ଧାମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏହି ଦକ୍ଷତା ବୃଦ୍ଧି େୱବିନାର୍ର ଆଭିମୁଖ୍ୟ ସଂପର୍କରେ ସୂଚନା ଦେଇ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କହିଲେ, କୋଭିଡ୍ର ଦ୍ୱିତୀୟ ଲହର ପରେ ତୃତୀୟ ଲହର ଆସିବା ନେଇ ମଧ୍ୟ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ଚିନ୍ତା ପ୍ରକଟ କରିଛନ୍ତି । ଏଥିରେ ଶିଶୁମାନେ ଅଧିକ ପ୍ରଭାବିତ ହୋଇପାରନ୍ତି ବୋଲି ଆଶଙ୍କା କରାଯାଇଛି । ତେଣୁ ଏବେଠାରୁ ଲୋକଙ୍କ ନିକଟରେ କୋଭିଡ୍ ସଂପର୍କରେ ସଠିକ୍ ତଥ୍ୟ ପହଞ୍ଚାଇବା, ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶିଶୁ ଓ ମା’ମାନଙ୍କ ପୁଷ୍ଟିସାଧନକୁ ସୁନିଶ୍ଚିତ କରିବା ହେଉଛି ଅଙ୍ଗନବାଡ଼ି କାର୍ଯ୍ୟକର୍ତ୍ତାମାନଙ୍କ ଗୁରୁଦାୟିତ୍ୱ । ଏହି ଆଗଧାଡ଼ିର କାର୍ଯ୍ୟକର୍ତ୍ତାମାନେ ଗାଁର ଆଖି ଓ କାନ ଭଳି ସଜାଗ ରହି ଗାଁକୁ ସୁରକ୍ଷା ପ୍ରଦାନ କରିବାକୁ ଆହ୍ୱାନ ଦେବା ସହ ପ୍ରମୁଖ ଶାସନ ସଚିବ ସେମାନଙ୍କ ନିରନ୍ତର କର୍ତ୍ତବ୍ୟନିଷ୍ଠାକୁ ଭୂୟସୀ ପ୍ରଶଂସା କରିଥିଲେ । ଆଜିର ଏହି େୱବିନାରର ବୈଷୟିକ ଅଧିବେଶନରେ ମୁଖ୍ୟତଃ ଘରକୁ ଘର ସର୍ଭେ ସମୟରେ ଅଙ୍ଗନବାଡ଼ି କାର୍ଯ୍ୟକର୍ତ୍ତାମାନଙ୍କୁ କୋଭିଡ୍ ସଂପର୍କିତ ତିନୋଟି ମୁଖ୍ୟ ପ୍ରସଙ୍ଗ ଯଥା: ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସତର୍କତା, ପୁଷ୍ଟିସାଧନ ଏବଂ ଶିଶୁ ସୁରକ୍ଷା ଉପରେ ବିଶେଷଜ୍ଞ ଏବଂ ଯୋଗାଯୋଗ ବିଶାରଦମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାର ନିର୍ଦ୍ଦେଶକ ଶ୍ରୀ ଅମରେନ୍ଦ୍ରନାଥ ମହାନ୍ତି ଏବଂ ତାଙ୍କ ଟିମ୍ ଦ୍ୱାରା ଘରକୁ ଘର ତିନି ମାସିଆ ସର୍ଭେ ସମୟରେ କୋଭିଡ୍ ପ୍ରୋଟୋକଲର ଅନୁପାଳନ, ଲକ୍ଷଣଯୁକ୍ତ କୋଭିଡ୍ ରୋଗୀଙ୍କ ଚିହ୍ନଟ ଓ ଚିକିତ୍ସା, ଗୃହ ପୃଥକବାସର ନିୟମାବଳୀ, ସଙ୍ଗରୋଧ ବ୍ୟବସ୍ଥା, ସଂକ୍ରମଣ ନିୟନ୍ତ୍ରଣ ନିମନ୍ତେ ବିବିଧ ପଦକ୍ଷେପ, କୋଭିଡ୍ ସଂକ୍ରମିତ ଗର୍ଭବତୀ ଓ ପ୍ରସୂତୀ ମା’ ଓ ଶିଶୁଙ୍କ ଯତ୍ନ, ସ୍ତନ୍ୟପାନ ସମୟରେ ସତର୍କତା, କୋଭିଡ୍ ରୋଗୀଙ୍କ ସାମାଜିକ ବାସନ୍ଦ ନିବାରଣ ଆଦି ଉପରେ ବିଶଦ ଆଲୋକପାତ କରିବା ସହ ଅଙ୍ଗନବାଡ଼ି କର୍ମୀମାନେ ସର୍ଭେ ସମୟରେ କିଭଳି ନିଜକୁ ସୁରକ୍ଷିତ ରଖିବେ ସେ ସଂପର୍କରେ ପରାମର୍ଶ ଦେଇଥିଲେ । ଗୋଷ୍ଠୀ କ୍ଷେତ୍ରରେ ସଚେତନତା ବୃଦ୍ଧି, ଗାଁ କଲ୍ୟାଣ ସମିତିର ଭୂମିକା, ଗ୍ରାମାଞ୍ଚଳରେ ବିଶୋଧନ, ଆବଦ୍ଧ ଅଞ୍ଚଳ ପରିଚାଳନା, ସାମାଜିକ କାର୍ଯ୍ୟକ୍ରମ ସଂପୂର୍ଣ୍ଣ ସ୍ଥଗିତ ରଖିବା ଆଦି ପ୍ରସଙ୍ଗ ଉପରେ ଯୋଗାଯୋଗ ବିଶାରଦମାନେ ପରାମର୍ଶ ଦେଇଥିଲେ । ପ୍ରାରମ୍ଭରେ ନିର୍ଦ୍ଦେଶକ, ସମାଜ କଲ୍ୟାଣ ଶ୍ରୀ ଅରବିନ୍ଦ ଅଗ୍ରୱାଲ ବିଭାଗୀୟ ସମସ୍ତ କାର୍ଯ୍ୟକ୍ରମର ସଫଳ ରୂପାୟନରେ ଆଗଧାଡ଼ି କର୍ମକର୍ତ୍ତାମାନଙ୍କ ଦାୟିତ୍ୱ ଓ ଗୁରୁତ୍ୱପୂର୍ଣ୍ଣ ଭୂମିକା ସଂପର୍କରେ ସୂଚନା ଦେବା ସହ ନିୟମିତ ଅଙ୍ଗନବାଡ଼ି ସେବା ଯଥା: ପୁଷ୍ଟିସାଧନ, ହିତାଧିକାରୀମାନଙ୍କୁ ଶୁଖିଲା ରାସନ ବଣ୍ଟନ, କୋଭିଡ୍ ପ୍ରଭାବିତ ଶିଶୁଙ୍କ ଥଇଥାନ, ସମ୍ବେଦନପ୍ରବଣ ବାଳିକାମାନଙ୍କୁ ବାଲ୍ୟବିବାହରୁ ସୁରକ୍ଷା, ଘରୋଇ ହିଂସା ଆଦିକୁ ପ୍ରତିହତ କରିବା ନିମନ୍ତେ ଯତ୍ନବାନ ହେବାକୁ କହିଥିଲେ । ବିଭାଗୀୟ ଯୁଗ୍ମ ଶାସନ ସଚିବ (ପୁଷ୍ଟିସାଧନ), ୟୁନିସେଫ୍ର ନୁ୍ୟଟି୍ରସନ୍ ବିଶେଷଜ୍ଞ, ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତିର ପ୍ରୋଗ୍ରାମ ମ୍ୟାନେଜର କୋଭିଡ୍ ସମୟରେ ପୁଷ୍ଟିସାଧନ, ଶିଶୁ ସୁରକ୍ଷାର ବିଭିନ୍ନ ଦିଗ ସଂପର୍କରେ ସଚେତନ କରାଇଥିଲେ । ୟୁନିସେଫ୍ ସହାୟତାରେ ଆୟୋଜିତ ଏହି େୱବିନାର୍ରେ ଟେକ୍ନୋଲୋଜିର ପ୍ରୟୋଗ ମାଧ୍ୟମରେ ପ୍ରାୟ ୭୦ ହଜାର କ୍ଷେତ୍ର କର୍ମଚାରୀ ଯୋଡ଼ି ହୋଇଥିଲେ । ଜିଲ୍ଲାସ୍ତରରେ କୋଭିଡ୍ ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ଡିଏସ୍ଡବ୍ଲୁଓ, ସିଡ଼ିପିଓ, ସୁପରଭାଇଜର, ପ୍ରୋଗ୍ରାମ ମ୍ୟାନେଜର, ଡିସିପିଓ ଏବଂ ଅଙ୍ଗନବାଡ଼ି କର୍ମୀମାନେ ନିଜ ନିଜ ଜିଲ୍ଲାରୁ ଏହି େୱବିନାର୍ରେ ସାମିଲ ହୋଇଥିଲେ । ଗୁଗୁଲ ଡକୁ୍ୟମେଣ୍ଟ ଜରିଆରେ ସମସ୍ତଙ୍କଠାରୁ ମତାମତ ସଂଗ୍ରହ କରାଯାଇଥିଲା ଏବଂ ବିଶେଷଜ୍ଞମାନେ ଅଂଶଗ୍ରହଣକାରୀମାନଙ୍କ କୋଭିଡ୍ ସମ୍ବନ୍ଧୀୟ ପ୍ରଶ୍ନାବଳୀର ଉତ୍ତର ଦେଇଥିଲେ । ଆସନ୍ତା ୨୪ ତାରିଖରୁ ଆରମ୍ଭ ହେବାକୁ ଥିବା ଘରକୁ ଘର ସର୍ଭେ ପୂର୍ବରୁ ଏହି େୱବିନାର୍ କ୍ଷେତ୍ର କର୍ମଚାରୀମାନଙ୍କ ଦକ୍ଷତା ବୃଦ୍ଧିରେ ଯଥେଷ୍ଟ ସହାୟକ ହେବ ବୋଲି ବିଭାଗ ତରଫରୁ ଆଶା ପ୍ରକଟ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!