Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନାସ୍ଥା ଭୋଟ୍ ରେ ହାରିଗଲେ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା

by ସଞ୍ଜୟ ସ୍ୱାଇଁ
May 28, 2025
in State
ଅନାସ୍ଥା ଭୋଟ୍ ରେ ହାରିଗଲେ ମହାକାଳପଡ଼ା ବ୍ଲକ୍ ଅଧ୍ୟକ୍ଷା
165
VIEWS
Share on FacebookShare on Twitter

ମହାକାଳପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷା କଳ୍ପନା ରାଉତ ଅନାସ୍ଥା ଭୋଟ୍ ରେ ହାରିଯାଇଛନ୍ତି। ବୁଧବାର ଆୟୋଜିତ ବୈଠକରେ ୪୯ ଜଣ ସଭ୍ୟାସଭ୍ୟ ଉପସ୍ଥିତ ରହି ଅନାସ୍ଥାକୁ ସମର୍ଥନ କରିଥିଲେ। ଅପରପକ୍ଷରେ ବ୍ଲକରେ ୩୧ ପଞ୍ଚାୟତର ମୋଟ ୬୨ ସରପଞ୍ଚ ଏବଂ ସମିତି ସଭ୍ୟ ଉପସ୍ଥିତ ଥିଲେ। ଅନାସ୍ଥା ବୈଠକରେ ଦୁଇ ତୃତୀୟାଂଶ ଅର୍ଥାତ୍ ୪୪ ଜଣଙ୍କ ସମର୍ଥନ ଆବଶ୍ୟକତା ରହିଥିଲା। ତେବେ ସମର୍ଥନ ଅଭାବରୁ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ ନିଜ ପଦବୀ ହରାଇଛନ୍ତି। ବୁଧବାର ପୂର୍ବାହ୍ନରେ ୪୯ ଜଣ ସଭ୍ୟାସଭ୍ୟ ବ୍ଲକ ମୁଖ୍ୟ ଫାଟକ ଦେଇ ସଭାଗୃହରେ ପହଞ୍ଚିଥିଲେ। ସଭାଗୃହରେ ତହସିଲଦାର ତଥା ଇଲେକ୍ସନ ଅଫିସର ଶିବ ମଲ୍ଲିକ ଓ ଅତିରିକ୍ତ ତହସିଲଦାର ପ୍ରଭଞ୍ଜନ ମିଶ୍ର ଉପସ୍ଥିତ ଥିଲେ। ପରେ ଅନାସ୍ଥା ଭୋଟିଂ କରାଯାଇଥିଲା। ତେବେ ୬୨ ସଦସ୍ୟଙ୍କ ମଧ୍ୟରୁ ୪୯ ଜଣ ଉପସ୍ଥିତ ଥିଲେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଫଳାଫଳ ସରକାରୀ ଭାବରେ ଘୋଷଣା କରାଯିବ ବୋଲି ଅଧିକାରୀମାନେ କହିଛନ୍ତି। ଅପରପକ୍ଷରେ ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ବୈଠକ ବାତିଲ ପାଇଁ ସୁପ୍ରିମକୋର୍ଟରେ ସ୍ପେଶାଲ ଲିଭ୍ ପିଟିଶନ ଦାଖଲ କରାଯାଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ନିର୍ଦ୍ଦେକୁ କାଏମ ରଖିଛନ୍ତି ବୋଲି କୁହାଯାଇଛି। ବ୍ଲକ ସମ୍ମୁଖରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!