Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିବ

by Anil Panda
October 2, 2020
in Breaking, Nayagarh
୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିବ
267
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଦୀର୍ଘ ସମୟ ଧରି କୋଭିଡ-୧୯ ବିଶ୍ୱ ମହାମାରୀ କଠିନ ପରିସ୍ଥିତି ଅବ୍ୟାହତ ରହିଥିଲେ ମଧ୍ୟ ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗର ଆଗଧାଡିର କାର୍ଯ୍ୟକର୍ତ୍ତାମାନେ ସେମାନଙ୍କ କର୍ତ୍ତବ୍ୟ ନିରନ୍ତର ସମ୍ପାଦନ କରିଚାଲିଛନ୍ତି । ଆଜି ମାସର ୧ ତାରିଖ ହେଇଥିବାରୁ ରାଜ୍ୟର ସମସ୍ତ ଆଇସିଡିଏସ୍‌ ପ୍ରକଳ୍ପରେ ପରିପୂରକ ପୁଷ୍ଟି ସାଧନ କାର୍ଯ୍ୟକ୍ରମରେ ଶୁଖିଲା ରାସନ (ଟିଏଚଆର) ବଣ୍ଟନ କରାଯାଇଛି । କୋଭିଡ ସ୍ଥିତିରେ ରାଜ୍ୟର ସମସ୍ତ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକୁ ଚଳିତ ଅକେଫାବର ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବା ନିମନ୍ତେ ନିଷ୍ପତ୍ତି ନିଆଯାଇଛି । ଏଭଳି ସ୍ଥିତିରେ ଅଙ୍ଗନବାଡି କର୍ମୀମାନେ ହିତାଧିକାରୀମାନଙ୍କ ଘରକୁ ଯାଇ ଶୁଖିଲା ରାସନ ବଣ୍ଟନ କରିଛନ୍ତି । ୩ ରୁ ୬ ବର୍ଷ ବୟସର ପ୍ରାକ୍‌-ବିଦ୍ୟାଳୟ ଶିଶୁମାନଙ୍କୁ ଅଙ୍ଗନବାଡି କେନ୍ଦ୍ରରେ ଦିଆଯାଉଥିବା ରନ୍ଧା ଖାଦ୍ୟ ବଦଳରେ ଶୁଖିଲା ରାସନ ସାମଗ୍ରୀ ଯୋଗାଇ ଦିଆଯାଇଛି । ଶୁଖିଲା ରାସନ ବାବଦକୁ ଛତୁଆ, ବାଦାମ ଲଡୁ, ଚିକି, ଅଣ୍ଡା ଏବଂ ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ହିତାଧିକାରୀମାନଙ୍କୁ ମାଣ୍ଡିଆ ଚୂନାର ପ୍ୟାକେଟ୍‌ ବଣ୍ଟନ କରାଯାଇଛି । ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଏହି ଯୋଜନା ଦ୍ୱାରା ରାଜ୍ୟର ୪୧ ଲକ୍ଷ ୨୭ ହଜାର ୫୦ ଜଣ ହିତାଧିକାରୀ ଉପକୃତ ହେଉଛନ୍ତି । ଯେଉଁମାନଙ୍କ ମଧ୍ୟରେ ୬ ମାସରୁ ୩ ବର୍ଷ ବୟସର ୧୭,୯୩,୮୯୬ ଶିଶୁ, ୩ରୁ ୬ ବର୍ଷ ବୟସର ୧୬,୧୩,୭୭୫ ଜଣ ଶିଶୁ ଏବଂ ୭,୧୯,୩୭୯ ଜଣ ଗର୍ଭବତୀ ଓ ପ୍ରସୂତୀ ମହିଳା ଉପକୃତ ହେଉଛନ୍ତି । ଏତଦ୍‌ବ୍ୟତୀତ ଲକ୍‌ଡାଉନ୍‌ ପରିପ୍ରେକ୍ଷୀରେ ଓଡ଼ିଶାକୁ ଫେରିଥିବା ପ୍ରବାସୀ ଯୋଗ୍ୟ ହିତାଧିକାରୀମାନଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରାଯାଇ ଯୋଗ୍ୟତା ଅନୁସାରେ ଶୁଖିଲା ରାସନ ବଣ୍ଟନ କରାଯାଇଛି । ପ୍ରକାଶ ଥାଉ କି, ବିକେନ୍ଦ୍ରୀକରଣ ପ୍ରକି୍ରୟାରେ ଓଡ଼ିଶାର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ନିୟୋଜିତ କରି ନିର୍ଦ୍ଧିଷ୍ଟ ଦିନରେ ଛତୁଆ ମିଶ୍ରଣ ଓ ବଣ୍ଟନ ମଡେଲକୁ ନିକଟରେ ନିତି ଆୟୋଗ ଉଚ୍ଚପ୍ରଶଂସା କରିଛନ୍ତି । ଏହାଦ୍ୱାରା ପରିପୂରକ ପୁଷ୍ଟିସାଧନ କାର୍ଯ୍ୟକ୍ରମରେ ଅଧିକ ସ୍ୱଚ୍ଛତା ଆସିପାରିଛି ବୋଲି ନିତି ଆୟୋଗ ପ୍ରକାଶ କରିଛନ୍ତି । ଛତୁଆ ପ୍ରସ୍ତୁତିଠାରୁ ବଣ୍ଟନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ପ୍ରକି୍ରୟାକୁ ତଦାରଖ କରିବା ନିମନ୍ତେ ‘ମୋ ଛତୁଆ’ ଆପ୍‌ର ବିକାଶ କରାଯାଇଛି । ଏହି ଆପ୍‌ର ଉପଯୋଗ ସମ୍ପର୍କରେ ଅଙ୍ଗନବାଡି କର୍ମୀ ତଥା ସମସ୍ତ ଆଇସିଡିଏସ୍‌ କାର୍ଯ୍ୟକର୍ତ୍ତାଙ୍କୁ ନିୟମିତ ତାଲିମ ପ୍ରଦାନ କରାଯାଉଛି । ହିତାଧିକାରୀମାନେ ଏହି ଯୋଜନାରୁ ଠିକ୍‌ ଭାବେ ଉପକୃତ ହେଉଛନ୍ତି କି ନାହିଁ ତାହା ସୁନିଶ୍ଚିତ କରିବା ପାଇଁ ବିଭାଗ ତରଫରୁ ଟେଲି ମନିଟରିଂ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉଛି । ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ଅଙ୍ଗନବାଡି କର୍ମୀମାନେ ଏହି ବଣ୍ଟନ ସମୟରେ କୋଭିଡ ନିୟମାବଳୀର କଡାକଡି ଅନୁପାଳନ କରିବା ସହ ହିତାଧିକାରୀମାନଙ୍କୁ ମଧ୍ୟ ଏ ସମ୍ପର୍କରେ ବ୍ୟାପକ ଭାବେ ସଚେତନ କରିଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!