ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ପିଏମ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ, ଲାଠିପଡା ପରିସରରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୁପେ ନୟଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ. ଦେବାଶିଷ ପଟ୍ଟନାୟକ ଯୋଗଦେଇଥିଲେ ।

ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ସଭ୍ୟ ସରୋଜ କୁମାର ରଣସିଂହ, ଉମାକାନ୍ତ ସେଠୀ, ସରସ୍ୱତୀ ପଗଡ଼, ସନ୍ଧ୍ୟାରାଣୀ ବେହେରା, ନିରଞ୍ଜନ ନାଏକ, ସୁରେଶ କୁମାର ପ୍ରଧାନ, ପ୍ରହଲ୍ଲାଦ ସାହୁ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ପ୍ରତାପ କୁମାର ଶତପଥୀ ଉକ୍ତ ଉତ୍ସବରେ ସଭାପତିତ୍ୱ କରିଥିଲେ । କ୍ରୀଡାରେ କୃତକାର୍ଯ୍ୟ ହୋଇଥିବା ପ୍ରାୟ ୧୨୦ ଜଣ ଛାତ୍ର ଛାତ୍ରୀଙ୍କୁ ସାର୍ଟିଫିକେଟ ସହ ଟ୍ରଫି ପ୍ରଦାନ କରାଯାଇଥିଲା ।

ଉକ୍ତ ଉତ୍ସବରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ପରିବେଷଣ କରାଯାଇଥିଲା । ଉକ୍ତ କାର୍ଯ୍ରକ୍ରମକୁ ସୁରେଶ କୁମାର ସେଠୀ ଏବଂ ସ୍ୱାତୀ ସରିନ ଦାସ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।






