Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ

by ସଞ୍ଜୟ ସ୍ୱାଇଁ
January 30, 2025
in Nayagarh, State
ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ
235
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ କ୍ରୀଡା ଓ ବିଭିନ୍ନ ଶିକ୍ଷା ଭିତ୍ତିକ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଇତ୍ୟବସରରେ ପୁରସ୍କୃତ କରାଯାଇଥିଲା। ଆଜିର ବର୍ଣ୍ଣାଢ଼୍ୟ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁମୁରୀ ସାହୁ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇ.ଦେବାଶିଷ ପଟ୍ଟନାୟକ ମୁଖ୍ୟ ଅତିଥି, ଖ୍ୟାତି ସମ୍ପନ୍ନା ଲେଖିକା ବସିରନ୍ ବିବି ମୁଖ୍ୟବକ୍ତା, ସିନ୍ଦୁରିଆ ସରପଞ୍ଚ ପ୍ରମୋଦ କୁମାର ବେହେରା, ବ୍ୟଙ୍ଗବିଦୂଷ ବ୍ରଜ ବିହାରୀ ସୁବୁଦ୍ଧି, ଆଲୁମିନି ସଭାପତି ଭଗବାନ୍ ଜେନା ଓ ସ୍କୁଲ ପରିଚାଳନା କମିଟି ସଭାପତି ନାରାୟଣ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ସମ୍ପୂର୍ଣ ସଭାକାର୍ଯ୍ୟକୁ ବରିଷ୍ଠ ସହକାରୀ ଶିକ୍ଷକ ଶେଖ୍ ଅବଦୁଲ୍ ଖାଲିକ୍ ସଂଯୋଜନା କରିଥିବା ବେଳେ ପୁରସ୍କାର ବିତରଣରେ ସହକାରୀ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ରାଉତ, ସ୍ଵପ୍ନାରାଣୀ ନନ୍ଦ ଓ ମଗ୍ନୁମ୍ ଜହାନ ସହଯୋଗ କରିଥିଲେ। ପରେ ପରେ ସହକାରୀ ଶିକ୍ଷୟିତ୍ରୀ ସୁଷମା ବିଶ୍ଵାଳ ମୁଖ୍ୟ ସଂଯୋଜନାରେ ଆୟୋଜିତ ହୋଇଥିଲା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ସହକାରୀ ଶିକ୍ଷକ ସଲିମ୍ ଇବ୍ରାହିମ୍ ଓ ତ୍ରିପୁରା ସେଠୀ।

କାର୍ଯ୍ୟକ୍ରମକୁ ପଖାପାଖି ଏକ ହଜାରରୁ ଉର୍ଦ୍ଧ୍ବ ଜନତା ଉପଭୋଗ କରିଥିଲେ। ଶିକ୍ଷାର ବିକାଶ ହେଲେ ଅଞ୍ଚଳର ବିକାଶ ହେବା ସହିତ ସମାଜରେ ଶାନ୍ତି ମୈତ୍ରୀ ଓ ସଦଭାବନା ବୃଦ୍ଧି ପାଇବା ସହିତ ଅନ୍ଧ ବିଶ୍ୱାସ କୁସଂସ୍କାର ଦୂର ହୋଇପାରିବ ବୋଲି ମୁଖ୍ୟ ଅତିଥି ଦେବାଶିଷ ପଟ୍ଟନାୟକ ମତବ୍ୟକ୍ତ କରିଥିଲେ। ତତ୍ ସହିତ ବିଦ୍ୟାଳୟର ଭିତ୍ତିଭୂମି ବିକାଶରେ ଯାହା ଯାହା ଅଟକି ଯାଇଛି ତାହା ଖୁବ୍ ଶୀଘ୍ର ସମାଧାନ ହୋଇପାରିବ ବୋଲି ମୁଖ୍ୟ ଅତିଥି ପ୍ରତିଶ୍ରୁତି ଦେଇଥିଲେ। ବାପା ମାଆ ଙ୍କ ସେବା ଓ ଯତ୍ନ ନେଲେ ସେମାନଙ୍କ ଆଶୀର୍ବାଦରେ ମଣିଷ ମାନବ ରୁ ମହାତ୍ମା ପାଲଟିଯାଏ ବୋଲି ମୁଖ୍ୟବକ୍ତା ବକ୍ତବ୍ୟ ରଖିଥିଲେ। ପରିଶେଷରେ ସହକାରୀ ଶିକ୍ଷୟିତ୍ରୀ ମଧୁସ୍ମିତା ସାହୁ ସଭିଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!