Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟ ଲୁଇସିଂର ୫୨ତମ ବାର୍ଷିକ ଉତ୍ସବ

by ସଞ୍ଜୟ ସ୍ୱାଇଁ
January 28, 2025
in Education, State
ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟ ଲୁଇସିଂର ୫୨ତମ ବାର୍ଷିକ ଉତ୍ସବ
187
VIEWS
Share on FacebookShare on Twitter

ଫିରିଙ୍ଗିଆ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ଅନ୍ତର୍ଗତ ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟ ଲୁଇସିଂ ର ୫୨ ତମ ବାର୍ଷିକ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଶ୍ରୀଯୁକ୍ତ ଉମାଚରଣ ମଲିକ, ମୁଖ୍ୟବକ୍ତା ଶ୍ରୀ ଅଙ୍ଗଦ କହଁର ଫୁଲବାଣୀ ପୂର୍ବତନ ବିଧାୟକ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ରୂପେ ଲୁଇସିଂ ପଞ୍ଚାୟତ ସରପଞ୍ଚ ସୁଦର୍ଶନ କହଁର, ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବିନୋଦ ବିହାରୀ ଦିଗାଲ, ନାଏବ ସରପଞ୍ଚ ଶ୍ରୀମତୀ ଜନନୀ ରଣା, ଫୁଲବାଣୀ ପୈାରପରିଷଦ କାଉନସିଲର ରମେଶ ଚନ୍ଦ୍ର ମହାନ୍ତି, ସମାଜ ସେବୀ ଗଣେଶ୍ଵର କହଁର ଯୋଗ ଦେଇ ଥିଲେ । ଅତିଥି ମାନେ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀଙ୍କ ସଫଳତା କୁ ପ୍ରଶଂସା କରିବା ସହିତ ଛାତ୍ର ଛାତ୍ରୀ ମାନେ କିପରି ଭବିଷ୍ୟତରେ କର୍ମବୀର ହୋଇ ସଫଳତା ହାସଲ କରିବେ ସେହି ବିଷୟରେ ମାର୍ଗ ଦର୍ଶନ ଦେଇଥିଲେ । ବିଧାୟକ ଶ୍ରୀଯୁକ୍ତ ମଲିକ ମହୋଦୟ ବିଦ୍ୟାଳୟ ମଧ୍ୟରେ ଥିବା ବିଭିନ୍ନ ସମସ୍ୟା ଓ ଅଭାବ କୁ ପୂରଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ । ଅନ୍ୟ ଅତିଥି ମାନେ ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ଗଢ଼ି ତୋଳିବାକୁ ସମସ୍ତଙ୍କର ସହଯୋଗ ପ୍ରଦାନ କରିବାକୁ କହିଥିଲେ । ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀରାମ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଥିଲାବେଳେ ବେଳେ ସହକାରୀ ଶିକ୍ଷକ ଶ୍ରୀ ପ୍ରଭାକର ସାମଲ ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ । ମୋ ସ୍କୁଲ ଅଭିଯାନର ପୁରାତନ ଛାତ୍ର ସଭାପତି ଶ୍ରୀ ଆଲୋକ କହଁର ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଦାବି ଉପସ୍ଥାପନ କରିଥିବା ବେଳେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଗୋବିନ୍ଦ ମଲିକ ଧନ୍ୟବାଦ୍ ଅର୍ପଣ କରିଥିଲେ । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା କ୍ଷୁଦ୍ର ନାଟକ,ସଙ୍ଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିଲା । ସମସ୍ତ ଅତିଥି ଓ ଅଭିଭାବକ ମାନେ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ । ସ୍ଥାନୀୟ ସରପଞ୍ଚ ତଥା ଜଣେ କୁଇ ସମାଜ ନେତା ଶ୍ରୀ ସୁଦର୍ଶନ କହଁର ତାଙ୍କର ଦେହ ଅସୁସ୍ଥ ଥିବା ସ୍ଵତ୍ତେ ଆସି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଉତ୍ସବଟି ସାଫଲ୍ୟ ମଣ୍ଡିତ ଥିବାରୁ ଅଞ୍ଚଳର ବୁଦ୍ଧି ଜୀବି ଓ ଜନସାଧାରଣ ପ୍ରଶଂସା କରୁଥିବା ଦେଖିବାକୁ ମିଳିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!